ସାନ ଭଉଣୀକୁ ଛାଡ଼ି ଚାଲିଗଲେ ୟୁସୁଫ ଭାଇ

ମୁମ୍ବାଇ: ବଲିଉଡ୍‌ରେ ଟ୍ରାଜେଡି କିଙ୍ଗ୍‌ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ଦିଲ୍ଲୀପ କୁମାରଙ୍କ ୯୮ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗ ପରେ ହିନ୍ଦୀ ସିନେମାର ଏକ ଯୁଗର ଅବସାନ ଘଟିଛି। ବୁଧବାର ସକାଳ ସାଢ଼େ ୭ଟାରେ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ତାଙ୍କ ବିୟୋଗରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଅନେକ ସେଲିବ୍ରିଟି ସୋସିଆଲ ମିଡିଆରେ ଟୁଇଟ କରି ଶୋକ ବ୍ୟକ୍ତ କରିଛନ୍ତି। ଇତିମଧ୍ୟରେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର ମଧ୍ୟ ତାଙ୍କ ନିଧନରେ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ଦିଲ୍ଲୀପଙ୍କ ସହ ଲତା ନିଜର କେତେକ ପୁରୁଣା ଫଟୋକୁ ଶେୟାର କରିଛନ୍ତି। ଏଥିସହ ସେ ଟୁଇଟ କରି ଲେଖିଛନ୍ତି, ଆଜି ୟୁସୁଫ ଭାଇ ନିଜ ସାନ ଭଉଣୀଙ୍କୁ ଛାଡ଼ି ଚାଲିଯାଇଛନ୍ତି। ୟୁସୁଫ ଭାଇଙ୍କ ବିୟୋଗରେ ସେ ବହୁ ମର୍ମାହତ, ତାଙ୍କ ପାଖରେ କହିବାକୁ କିଛି ଶବ୍ଦ ନାହିଁ। ଅଭିନେତା ଦିଲ୍ଲୀପଙ୍କ ମୃତ୍ୟୁ ପରେ ଏକ ଯୁଗର ଅନ୍ତ ଘଟିଛି, ଭଗବାନ ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ବୋଲି ଲତା କହିଛନ୍ତି। ଏଥିସହ ସେ କହିଛନ୍ତି, ସାଏରା ଭାଉଜଙ୍କ ସେବା ମଧ୍ୟ ଅତୁଳନୀୟ। ଫିଲ୍ମ ଜଗତରେ ଦିଲ୍ଲୀପ କୁମାରଙ୍କ ଅତୁଳନୀୟ ଅବଦାନ ରହିଛି। ସିନେମାର ମହାନ କଳାକାରଙ୍କ ମଧ୍ୟରୁ ସେ ମଧ୍ୟ ଜଣେ। ଏଥିପାଇଁ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀପ କୁମାରଙ୍କୁ ରାଜକୀୟ ସମ୍ମାନ ସହିତ ଅନ୍ତିମ ବିଦାୟ ଦିଆଯିବ ବୋଲି ମହାରାଷ୍ଟ୍ର ସରକାର ଘୋଷଣା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା କରିଲେ ଏମିତି କାମ, ହେଉଛି ଭାଇରାଲ

ମୁମ୍ବାଇ: ବ୍ୟକ୍ତିଗତ ଜୀବନକୁ ନେଇ ଐଶ୍ୱର୍ଯ୍ୟା ରାୟ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କ ସହ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଅନେକ ମାସ ଧରି ବିବାଦ ଲାଗି...

ଓସ୍କାର ରେସ୍‌ରେ ‘ଲାପ୍‌ତାଲେଡିଜ୍‌’

ମୁମ୍ବାଇ,୨୩ା୯: ଓସ୍କାର ରେସ୍‌ରେ ହିନ୍ଦୀ ଫିଲ୍ମ ‘ଲାପ୍‌ତାଲେଡିଜ୍‌’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍‌ ଏବଂ ଓଟିଟିରେ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଆଉ ଏବେ...

୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍‌’ ଫିଲ୍ମରେ ନଜରକୁ ଆସିଥିଲେ।...

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ...

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri