ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ କର୍କଟ ରୋଗରେ ଆକ୍ରାନ୍ତ ଥିବାବେଳେ ତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ମଧ୍ୟ ହୋଇଥିବା ଜଣାପଡିଥିଲା। ଗତ ଅକ୍ଟୋବର ତାରିଖଠାରୁ ଦେହ ଅସୁସ୍ଥ ଥିବା ନେଇ ସେ ବିଶ୍ବବିଦ୍ୟାଳୟରୁ ଛୁଟି ନେଇଥିଲେ। ତାଙ୍କ ପରଲୋକ ଖବର ଶୁଣି ବିଶ୍ବବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ କର୍ତ୍ତୃପକ୍ଷ, ଭାରପ୍ରାପ୍ତ କୁଳପତି ଶୋକ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ୨୦୨୧ ଏପ୍ରିଲରେ ସେ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟରେ ଯୋଗଦାନ କରିଥିଲେ।
ସେ ଏକାଧାରାରେ ଜଣେ ଶିକ୍ଷାବିତ୍‌, ପ୍ରବଚକ, ସାହିତି୍ୟକ ସର୍ବୋପରି ଜଣେ ବିଶିଷ୍ଟ ପ୍ରାବନ୍ଧିକ ଭାବରେ ବେଶ୍‌
ଜଣାଶୁଣା। ରାଜ୍ୟର ବିଭିନ୍ନ ଧର୍ମାନୁଷ୍ଠାନ ସହ ସେ ଦୀର୍ଘବର୍ଷ ହେଲା ଜଡ଼ିତ ରହିଥିଲେ। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) – ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା...

Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର

ମୋହନା,୨୫।୪(ମନ୍ମଥ ମିଶ୍ର ): ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ମୋହନା ଥାନା ବଡ଼ଖଣି ଗାଁରେ। ଦିନ ୧୨...

ଚମକାଇଲା ନୂଆ ତଥ୍ୟ, ଯୁଦ୍ଧ କଲେ ପାକିସ୍ତାନର ହାରିବା ଥୟ

ନୂଆଦିଲ୍ଲୀ,୨୫।୪:ପହଲଗାମ ଆତଙ୍କବାଦୀ ଆକ୍ରମଣ, ଇଣ୍ଡସ ଜଳ ଚୁକ୍ତିର ସ୍ଥଗିତ ରଖାଯିବା ଏବଂ ଭାରତ ସହ ବୃଦ୍ଧି ପାଉଥିବା ଉତ୍ତେଜନା ସହ ଆଇଏମଏଫ (IMF) ଦ୍ୱାରା ପାକିସ୍ତାନର...

କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି

ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ...

ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ବଣିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଦାରିଙ୍ଗବାଡି, ୨୫।୪ (ଅରୁଣ ସାହୁ)- ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କୀବାଦୀଙ୍କ ଆକ୍ରମଣ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବଣିକ ସଙ୍ଘ ଓ ଗ୍ରାମବାସୀ ପକ୍ଷରୁ ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image