ଅନ୍ତ୍ୟୋଦୟ ଗୃହ ଯୋଜନା: ପାଟଣା ବ୍ଲକରେ ୧୧୦, ସାହରପଡ଼ା ବ୍ଲକର ୭୩ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ପାଟଣା,୩୦।୩(ବୀରକିଶୋର ଦାଶ ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କଳାହାଣ୍ଡି ଜିଲା ଭବାନୀପାଟଣାଠାରୁ ଆଭାସି ମାଧ୍ୟମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକ ପରିସରରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଯାଇଛି। ପାଟଣା ବ୍ଲକ ପରିସରରେ ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ସମ୍ମାନୀତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାଏକ , କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଙ୍କ ବ୍ଲକ ପ୍ରତିନିଧି କମଳାକାନ୍ତ ଦାଶଙ୍କ ସହ ଜିଲା ପରିଷଦ ସଦସ୍ୟଙ୍କ ସହ ବ୍ଲକର ବିଭିନ୍ନ ଅଧିକାରୀ, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଉପସ୍ଥିତ ଥିଲେ। ଶିକ୍ଷକ ପାର୍ଥ ସାରଥୀ ବେଜଙ୍କ ସଂଯୋଜନାରେ ମଞ୍ଚ ପରିଚାଳନା ହୋଇଥିଲା। ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଅସହାୟ, ଭିନ୍ନକ୍ଷମ ,ହାତୀ ଦ୍ୱାରା ଘର ଭାଙ୍ଗି ଥିବା ପରିବାର, ବିଧବା ,ସହିଦ ପରିବାରକୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରି ଆବାସ ଗୃହ ବଣ୍ଟନ କରାଯାଇଛି। ପାଟଣା ବ୍ଲକର ୧୧୦ ଜଣ ହିତାଧିକାରୀଙ୍କୁ ଅନ୍ତଦୟ ଗୃହ ଯୋଜନା ରେ କାର୍ଯ୍ୟାଦେଶ ବଣ୍ଟନ କାରାଯାଇଛି। ସେହିଭଳି ସାହାରପଡ଼ା ବ୍ଲକରେ ୭୩ ଜଣେ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ସାହାରପଡ଼ା ବିଡିଓ ରଞ୍ଜିତ କୁମାର ମହାନ୍ତ ଓ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର...

ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମରେ ବିରାଜିତ ମା ’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଅସ୍ଥାୟୀ...

ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ

ଦିଗପହଣ୍ଡି,୨ା୪(ଅଶେଷ ନାଥ ମିଶ୍ର): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ ବୁଧବାର ଦିଗପହଣ୍ଡି ଗସ୍ତ କରି ଫେରିଛନ୍ତି। ସେ ଦିଗପହଣ୍ଡି ସହରର ମଧୁବିଦ୍ୟାପୀଠ ପ୍ରାଥମିକ...

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ...

ଉଜ୍ୱଳ ଭବିଷ୍ୟତର କାମନା କରି ପିଲାଙ୍କୁ ଖଡ଼ି ଛୁଆଁଇଲେ ବରଗଡ଼ ଜିଲାପାଳ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ପକ୍ଷ ପାଳନର ଦ୍ୱିତୀୟ ଦିନ ବୁଧବାରରେ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଲାଗୁ କରାଯାଇଥିବା...

ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୨।୪(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ସ୍ଥିତ ସରକାରୀ ଉଚ୍ଚ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭାତୀ...

ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ

ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image