Posted inଜାତୀୟ

‘ଓ୍ବାନ୍‌ ନେଶନ୍‌ ଓ୍ବାନ୍‌ ସବ୍‌ସ୍କ୍ରିପ୍‌ଶନ’ର ପ୍ରଥମ ପର୍ଯ୍ୟାୟ ଆରମ୍ଭ

ନୂଆଦିଲ୍ଲୀ,୨ା୧:ଗତବର୍ଷ ନଭେମ୍ବରରେ କେନ୍ଦ୍ର ସରକାର ଅନୁମୋଦନ କରିଥିବା ‘ଓ୍ବାନ୍‌ ନେଶନ୍‌ ଓ୍ବାନ୍‌ ସବ୍‌ସ୍କ୍ରିପ୍‌ଶନ’ (ଓଏନ୍‌ଓଏସ୍‌) ଯୋଜନାର ପ୍ରଥମ ପର୍ଯ୍ୟାୟ ବୁଧବାର ନବବର୍ଷରେ ଆରମ୍ଭ ହୋଇଛି। ମୋଟ ୬,୦୦୦ କୋଟି ଟଙ୍କା ଆବଣ୍ଟନରେ କରାଯାଇଥିବା ଏହି ଯୋଜନାରୁ ୧.୮ କୋଟି ଛାତ୍ରୀଛାତ୍ର, ଗବେଷକ ଓ ଫାକଲ୍ଟି ସଦସ୍ୟ ଲାଭାନ୍ବିତ ହେବେ। ଦେଶର ସମସ୍ତ ବ୍ୟକ୍ତିଙ୍କୁ ଗବେଷଣାମୂଳକ ଇ-ଜର୍ନାଲର ସୁବିଧା ଉପଲବ୍ଧ କରାଇବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା (ପିଏସ୍‌ଏ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଏନ୍‌ଓଏସ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ୱାରା ବିଜ୍ଞାନ, ଟେକ୍ନୋଲୋଜି, ଇଞ୍ଜିନିୟରିଂ, ଗଣିତ (ଏସ୍‌ଟିଇଏମ୍‌), ମେଡିସିନ, ମ୍ୟାନେଜ୍‌ମେଣ୍ଟ, ହ୍ୟୁମାନିଟିଜ୍‌ ଏବଂ ସାମାଜିକ ବିଜ୍ଞାନ ଆଦି ବିଷୟରେ ଆଗଧାଡ଼ିର ପ୍ରକାଶକଙ୍କ ଗବେଷଣାମୂଳକ ନିବନ୍ଧଗୁଡ଼ିକରେ ସେମାନେ ଜ୍ଞାନ ଆହରଣ କରିପାରିବେ। ଏହି ଯୋଜନାରେ ଦେଶର ବିଶ୍ୱବିଦ୍ୟାଳୟ, କଲେଜ, ଗବେଷଣା ଓ ଉନ୍ନୟନ ପ୍ରତିଷ୍ଠାନ ଭଳି ୬,୪୦୦ ଅନୁଷ୍ଠାନକୁ ସାମିଲ କରାଯାଇଛି। ୨୦୨୫, ୨୦୨୬ ଓ ୨୦୨୭ ଏହି ଭଳି ଭାବେ ୩ ବର୍ଷ ଧରି ପିଏମ୍‌-ଓଏନ୍‌ଓଏସ୍‌ ପାଇଁ ୬,୦୦୦ କୋଟି ଟଙ୍କା ଅନୁଦାନ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମୁକାବିଲାରେ ମୁମ୍ବାଇକୁ ହରାଇଲା ଆରସିବି: ଶେଷ ଓଭରରେ ଯାଦୁ ଦେଖାଇଲେ କ୍ରୁନାଲ

ମୁମ୍ବାଇ, ୭।୪-ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)। ତୀବ୍ର...

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ...

ଐତିହାସିକ ରେକର୍ଡ ହାସଲ କଲେ ହାର୍ଦ୍ଦିକ ପାଣ୍ଡ୍ୟା: ପ୍ରଥମ ଭାରତୀୟ ଭାବେ କଲେ ଚମତ୍କାର

ମୁମ୍ବାଇ,୮।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବଲ୍‌ରେ ଚମତ୍କାର ପ୍ରଦର୍ଶନ କରିଥିଲେ। IPL 2025ର ୨୦ତମ...

ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା...

ଟି-୨୦ ବିରାଟ କୋହଲିଙ୍କ ବଡ଼ ରେକର୍ଡ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ମୁମ୍ବାଇ,୭।୪: ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ସୋମବାର IPL 2025ରେ ଏକ ମ୍ୟାଚ୍‌ରେ ବିରାଟ କୋହଲି ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛନ୍ତି।...

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ...

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର...

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image