ଏନ୍‌ଭିସିଏଲ୍‌ର ନୁଭୋ ମାସୋନ ଶୁଭାରମ୍ଭ

ଭୁବନେଶ୍ୱର,୨୮।୯: ନୁଭୋକୋ ଭିସ୍ତାସ କର୍ପୋରେଶନ ଲିମିଟେଡ୍‌ (ଏନ୍‌ଭିସିଏଲ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ନୁଭୋ ମାସୋନ’ର ଶୁଭାରମ୍ଭ ପଶ୍ଚିମବଙ୍ଗର ପାନାଗଡ଼ଠାରେ ହୋଇଯାଇଛି। ଏପରିକି କମ୍ପାନୀର କର୍ପୋରେଟ ସୋସିଆଲ ରେସ୍‌ପନ୍ସବିଲିଟି (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଏହି ପଦକ୍ଷେପ ଆରମ୍ଭ କରାଯାଇଛି। ବିଶେଷ କରି ଅଣସଂଗଠିତ ରାଜମିସ୍ତ୍ରି ସମୁଦାୟକୁ ଉପକୃତ କରିବା ପାଇଁ କମ୍ପାନୀର ସିଏସ୍‌ଆର୍‌ କାର୍ଯ୍ୟକ୍ରମର ଅଂଶ ବିଶେଷ ଭାବେ ଏକ ରାଜମିସ୍ତ୍ରି ଦକ୍ଷତା ବିକାଶ କାର୍ଯ୍ୟକ୍ରମ ‘ନୁଭୋ ମାସୋନ’ର ଆରମ୍ଭ କରାଯାଇଛି। ଉଲ୍ଲେଖଯୋଗ୍ୟ, ପିଏମ୍‌ସି ସଦସ୍ୟ, ସରକାରୀ ଅଧିକାରୀ, ମାସୋନ ଟ୍ରେନିଂ ଓ ସ୍ଥାନୀୟ ଗ୍ରାମବାସୀଙ୍କ ଉପସ୍ଥିତିରେ ନୁଭୋକୋର ପାନାଗଡ଼ ସିମେଣ୍ଟ କାରଖାନାର ପ୍ଲାଣ୍ଟ ମୁଖ୍ୟ ପବନ ରୟାଲ, ଇନ୍ଦିରା ଚକ୍ରବର୍ତ୍ତୀ (କୋଟା ଗ୍ରାମ ପଞ୍ଚାୟତର ପ୍ରଧାନ) ଉଦ୍‌ଘାଟନ କରିଥିଲେ।
ଏ ସମ୍ପର୍କରେ ନୁଭୋକୋର ପାନାଗଡ଼ ସିମେଣ୍ଟ କାରଖାନାର ପ୍ଲାଣ୍ଟ ହେଡ୍‌ ପବନ ରୟାଲ କହିଛନ୍ତି, ନୁଭୋ ମିଶନ ଦକ୍ଷତା ବିକାଶ ଓ ସାମାଜିକ ଦାୟିତ୍ୱ ମାଧ୍ୟମରେ ସମୁଦାୟ ସଶକ୍ତୀକରଣ ପ୍ରତି ଆମର ସମର୍ପଣକୁ ପ୍ରତିଫଳନ କରୁଛି। ଏପରିକି ଅଣସଂଗଠିତ କ୍ଷେତ୍ରରେ ଯୁବପିଢ଼ି ଓ ଶ୍ରମିକମାନଙ୍କୁ ରାଜମିସ୍ତ୍ରି କାର୍ଯ୍ୟର ଜରୁରୀ ଦକ୍ଷତା ପ୍ରଦାନକରି ଆମେ ଆର୍ଥିକ ସ୍ବାଧୀନତାକୁ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କର ଜୀବନର ମାନକୁ ଉନ୍ନତ କରିବା ପାଇଁ ଲକ୍ଷ୍ୟ ରଖିଛୁ। ଏହି ପଦକ୍ଷେପ ସେମାନଙ୍କର ବୈଷୟିକ କ୍ଷମତାକୁ ଆହୁରି ଉନ୍ନତ କରୁଛି ଏବଂ ଜୀବିକା ପାଇଁ ନୂତନ ମାର୍ଗ ସୃଷ୍ଟି କରୁଛି। ନୁଭୋ ମାସୋନ ହେଉଛି ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଯାହାକୁ ଶ୍ରମିକମାନଙ୍କର ରାଜମିସ୍ତ୍ରି ଦକ୍ଷତାକୁ ଉନ୍ନତ କରିବା, ସେମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ପାଇଁ ନୂଆ ରୋଜଗାର ସୁଯୋଗ ସୃଷ୍ଟି କରିବା ପାଇଁ ପରିକଳ୍ପନା କରାଯାଇଛି। ୫୦ଜଣ ଅଂଶଗ୍ରହଣକାରୀଙ୍କୁ କମ୍ପାନୀର ପାନାଗଡ଼ ସିମେଣ୍ଟ ପ୍ଲାଣ୍ଟ ଆଖାପାଖର ଗ୍ରାମଗୁଡିକରୁ ଚୟନ କରାଯାଇଛି, ଯେଉଁମାନେ କି ପ୍ରଶିକ୍ଷଣ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri