Categories: ବାଣିଜ୍ୟ

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା ଏରିଆ ପାୱାର ସିଷ୍ଟମ କଣ୍ଟ୍ରୋଲ ସେଣ୍ଟର(ଏପିଏସ୍‌ସିସି)ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଟିପିସିଓଡିଏଲ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଥିଲେ, ଆମେ ଏହି ସେଣ୍ଟରର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ମାଇଲଖୁଣ୍ଟ ଆମ ସାଙ୍ଗଠନିକ ଲକ୍ଷ୍ୟ ଦିଗରେ ଏକ ସର୍ବୋଚ୍ଚ ମାନର ପରିଚାଳନାଗତ ଉତ୍କର୍ଷ, ନିରାପତ୍ତା ଏବଂ ବିଶ୍ୱସନୀୟତା ହାସଲ କରିବାରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ ସହ ଗ୍ରାହକମାନଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ସେବା ଯୋଗାଣ ସୁନିଶ୍ଟିତ କରିବ।

Share