ବେଦାନ୍ତ ମୋବାଇଲ ହେଲ୍‌ଥ ୟୁନିଟ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୯।୫: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧାଭିତ୍ତିକ ମେଡିକାଲ ସେବା ‘ମୋବାଇଲ ହେଲ୍‌ଥ ୟୁନିଟ୍‌ ବା ଏମ୍‌ଏମ୍‌ୟୁ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। କମ୍ପାନୀ ଏହି ସେବାକୁ ଓଡ଼ିଶାର ରାୟଗଡ଼ା ଏବଂ କଳାହାଣ୍ଡି ଜିଲାର ସିଜିମାଳି ଖଣି ପରିସର ଅଞ୍ଚଳରେ ଆରମ୍ଭ (ପ୍ରସାରିତ) କରିଛି। ବିଶେଷକରି ସ୍ଥାନୀୟ ଗୋଷ୍ଠୀର ଆବଶ୍ୟକତା ଅନୁଯାୟୀ ଏମ୍‌ଏଚ୍‌ୟୁ ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇବା ସହ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ପ୍ରଦାନ କରିଛି। ଉଲ୍ଲେଖଯୋଗ୍ୟ, ସିଜିମାଳି ଖଣି ଆଖପାଖରେ ଥିବା ୪୦ ଗାଁର ୧୦,୦୦୦ରୁ ଅଧିକ ଲୋକଙ୍କ ପାଖରେ କମ୍ପାନୀର ଏହି ଏମ୍‌ଏଚ୍‌ୟୁ ସେବା ପହଞ୍ଚତ୍ଛି। ଏପରିକି ବେଦାନ୍ତର ଏମ୍‌ଏଚ୍‌ୟୁ ସେବା ରାଜ୍ୟର ୧୦୦ରୁ ଅଧିକ ଗାଁରେ ପହଞ୍ଚତ୍ବା ସହ ୨ଲକ୍ଷ ଲୋକଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଛି। ମୋବାଇଲ ହେଲ୍‌ଥ ୟୁନିଟ୍‌ ହେଉଛି, ଏକ ବିଶେଷ ଭ୍ୟାନ୍‌। ଏଥିରେ ଗୁରୁତ୍ୱପୂର୍ଣ୍ଣ ଡାକ୍ତରୀ ଚିକିତ୍ସା ଉପକରଣ ଏବଂ ଔଷଧ ସହ ମେଡିକାଲ କର୍ମଚାରୀଙ୍କ ସହିତ ଜଣେ ଡାକ୍ତର, ନର୍ସ, ଲାବ୍‌ ଟେକ୍‌ନିସିଆନ ଓ ଫାର୍ମାସି ରହିଥାନ୍ତି। ଏ ସମ୍ପର୍କରେ ଥୁଆମୂଳା ରାମପୁର ଗ୍ରାମର ମେଡିକାଲ ଅଧିକାରୀ ନୀତୀଶ ଝା କହିଛନ୍ତି, ଦୁର୍ଗମ ଅଞ୍ଚଳରେ ଗୋଷ୍ଠୀର ବିକାଶ ଲାଗି ବେଦାନ୍ତର ଏହି ପଦକ୍ଷେପକୁ ମୁଁ ପ୍ରଶଂସା କରୁଛି। ବିଶେଷକରି ଲୋକମାନଙ୍କ ସ୍ବାସ୍ଥ୍ୟସେବା ଆବଶ୍ୟକତାକୁ ପୂରଣକରି କମ୍ପାନୀ ଭବିଷ୍ୟତ ସୃଷ୍ଟି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି, ଯଦ୍ଦ୍ବାରା ପ୍ରତ୍ୟେକ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ଆବଶ୍ୟକତା ପୂରଣ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri