୫-ଟି ଓ ମୋ ସ୍କୁଲ ଅଭିଯାନରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର: ବିଦ୍ୟାଳୟରେ ଭିଜିଲାନ୍ସ ଟେକ୍ନିକାଲ ଟିମ୍‌

ବାହାନଗା, ୨୩।୭(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ପଞ୍ଚାୟତ ଥାଲସଡା ଗ୍ରାମସ୍ଥିତ ଦାମୋଦର ଉଚ୍ଚବିଦ୍ୟାଳୟରେ ୫-ଟି ଓ ମୋ ସ୍କୁଲ ଅଭିଯାନରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମବାସୀ ବାରମ୍ବାର ଭିଜିଲାନ୍ସ ଡିଜି, ଏସ୍‌ପିଙ୍କଠାରେ ଅଭିଯୋଗ କରିଥିଲେ। ମଙ୍ଗଳବାର ଜିଲା ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସ ଡିଏସ୍‌ପି ଦକ୍ଷିଣୀ କୁମାର ମୁର୍ମୁ, ପିଡବ୍ଲ୍ୟୁଡି କନିଷ୍ଠଯନ୍ତ୍ରୀ ଲକ୍ଷ୍ମଣ ମୁର୍ମୁ ଓ ବ୍ଲକର ତତ୍କାଳୀନ ଯନ୍ତ୍ରୀ ଅଜୟ ସିଂ, ଅତିରିକ୍ତ ସହାୟକ ଯନ୍ତ୍ରୀ ଲକ୍ଷ୍ମୀକାନ୍ତ ଦାସ, ଦୁଇ କନିଷ୍ଠଯନ୍ତ୍ରୀ ଅଜୟ ବେହେରା, ଗୋପାଳ ଜେନାଙ୍କ ସମେତ ଭିଜିଲାନ୍ସର ଟେକ୍ନିକାଲ ଯନ୍ତ୍ରୀ ଚଢାଉରେ ସାମିଲ ହୋଇ ନିର୍ମାଣ ହୋଇଥିବା ବିଦ୍ୟାଳୟ ଗୃହ କାର୍ଯ୍ୟର ତଦନ୍ତ କରିବା ସହିତ କାଗଜପତ୍ର ଜବତ କରିଛନ୍ତି। ଏହି ସମୟରେ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡା ଉପସ୍ଥିତ ରହି ତଦନ୍ତରେ ସହଯୋଗ କରିଥିେଲେ।
ଗତବର୍ଷ ଦାମୋଦର ଉଚ୍ଚ ବିଦ୍ୟାଳୟକୁ ରାଜ୍ୟ ସରକାର ୫-ଟି ଯୋଜନାରେ ସାମିଲ କରାଇ ୮୫ଲକ୍ଷ ଟଙ୍କା ଅନୁଦାନ ଦେଇଥିଲେ। ସେହିପରି ମୋ ସ୍କୁଲ ଅଭିଯାନରେ ୭୦ଲକ୍ଷ ଟଙ୍କାରୁ ୪୫ଲକ୍ଷ ଟଙ୍କା ହେରଫେର୍‌ ହୋଇଥିବା ନେଇ ଗ୍ରାମବାସୀ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡାଙ୍କ ନାମରେ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ ଗତବର୍ଷ ପ୍ରଥମ ପର୍ଯ୍ୟାୟରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ମାତ୍ର ସରକାର ବଦଳିବା ପରେ ବାରମ୍ବାର ଗ୍ରାମବାସୀ ଭିଜିଲାନ୍ସ ଡିଜି, ଏସ୍‌ପିଙ୍କଠାରେ ଅଭିଯୋଗ କରିଥିଲେ। ବିଦ୍ୟାଳୟରେ ୫-ଟି ଓ ମୋ ସ୍କୁଲ ଅଭିଯାନରେ ଆସିଥିବା ଅନୁଦାନରେ ନିର୍ମିତ ପକ୍କା ଘରଗୁଡିକ ନିମ୍ନମାନର ହୋଇଥିବା ଓ କେତୋଟି ପୁରୁଣା ଘରକୁ ମରାମତି ସମେତ ରଙ୍ଗ ମରାଯାଇ ଅର୍ଥ ହେର୍‌ଫେର୍‌ ହୋଇଥିବା ଗ୍ରାମବାସୀ ଅଭିଯୋଗରେ ଦର୍ଶାଇଛନ୍ତି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡା ନିଜେ ଠିକାଦାର ଭାବେ କାର୍ଯ୍ୟାଦେଶ ନେଇ ନିମ୍ନମାନର କାମ କରୁଥିଲେ। କାନ୍ଥର ରଙ୍ଗ ମାରିବାଠାରୁ ଆରମ୍ଭ କରି ଚଟାଣରେ ଟାଇଲ କିଣା ପର୍ଯ୍ୟନ୍ତ ସବୁ ନିଜେ କିଣିଥିଲେ। ବୁଝାବୁଝି କରିବା ସହିତ ଠିକା କାମ କରି ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଛି। ଏ ବାବଦରେ ଭିଜିଲାନ୍ସ ତଦନ୍ତକାରୀ ଡିଏସ୍‌ପି ଦକ୍ଷିଣୀ କୁମାର ମୁର୍ମୁ କହିଛନ୍ତି, ବିଦ୍ୟାଳୟ ଦୁର୍ନୀତି ବାବଦରେ ଅଭିଯୋଗ ହେବା ପରେ ଦ୍ବିତୀୟଥର ତଦନ୍ତ ଟେକ୍ନିକାଲମାନଙ୍କ ଦ୍ୱାରା ନିର୍ମାଣ କାର୍ଯ୍ୟର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri