ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ଆଇନମନ୍ତ୍ରୀ , କହୁ କହୁ କହିଦେଲେ…

ଭୁବନେଶ୍ୱର,୧୧।୮: ନିର୍ବାଚନ ସୟରେ ଏବଂ ତା ପୂର୍ବରୁ କାର୍ତ୍ତିକ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ସାରା ଓଡ଼ିଶା ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା । ଏହାକୁ ନେଇ ଏବେ ଭାଜପା ଆକ୍ସନମୋଡରେ ଅଛି। ପୂର୍ବରୁ ପରିବହନ ମନ୍ତ୍ରୀ ବିଭୂତି ଜେନା ଏନେଇ ତଦନ୍ତ ଆରମ୍ଭ ହୋଇଥିବା କହିଥିବା ବେଳେ ରବିବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ପାଣ୍ଡିଆନ ହେଲିକପ୍ଟର ଗସ୍ତ ଖର୍ଚ୍ଚ କିଏ ବହନ କରିଥିଲା, ତାର ସ୍ପଷ୍ଟତା ଆସିବା ଦରକାର ତେଣୁ ତଦନ୍ତ ହେବା ଆବଶ୍ୟକତା ରହିଛି । ତାଙ୍କ ହେଲିପ୍ୟାଡ଼ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଯାଉଥିଲା ଏବଂ ସରକାରୀ ଖର୍ଚ୍ଚରେ ହେଲିପ୍ୟାଡ଼ ନିର୍ମାଣ କରାଯାଉଥିଲା । ପାଣ୍ଡିଆନ ପାଖାପାଖି ୪୦୦ ରୁ ୪୫୦ ଜାଗା ବୁଲିଛନ୍ତି । ହେଲିପ୍ୟାଡ଼ ନିର୍ମାଣ ଲାଗି ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଛି, ସେ ବାବଦରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହେବ । କିଏ ନିର୍ଦ୍ଦେଶ ଦେଇଥିଲା? ଏବଂ କେମିତି ନିର୍ଦ୍ଦେଶ ଦେଇଥିଲା ? ବିଭଗୀୟ ସଚିବ ଯାହାର ହେଲିକପ୍ଟର ବ୍ୟବହାର କରିବାର ପ୍ରବଧାନ ନାହିଁ, ସରକାର କେମିତି ଅନୁମତି ଦେଇଥିଲେ? ହେଲିକପ୍ଟର ଅବତାରଣ କରିବା ପାଇଁ ପ୍ରୋସେସ କରିଥିଲେ, ଏ ସବୁ ତଦନ୍ତ ପରିସରଭୁକ୍ତ ହେବ । ତଦନ୍ତ କରାଯାଇ ଦଣ୍ଡବିଧାନ କରାଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

Share