ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। କିଛି ଲୋକଙ୍କର ଏପର୍ଯ୍ୟନ୍ତ ଦୋଷ ଛାଡ଼ିନି, ଆଜି ବି ସେୟା କରିବାକୁ ଚେଷ୍ଟ କରୁଛନ୍ତି। ସେମାନଙ୍କୁ କଠୋର ଦଣ୍ଡ ଦେବାର ବ୍ୟବସ୍ଥା ଆମ ସରକାରକୁ ଜଣାଅଛି। କେବଳ ବିଧାୟକ ନୁହେଁ, ସାଧାରଣ ଲୋକ ଉପରେ ବି ଅତ୍ୟାଚାର କଲେ ଫଳ ଭୋଗିବେ। ଏଭଳି ଘଟଣା ଭବିଷ୍ୟତରେ ଯେଭଳି ନହେବ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବ।

ତେବେ ଯାଜପୁର ଟାଉନ ନିକଟବର୍ତ୍ତୀ ବୁଢ଼ାନଦୀ ପୋଲ ନିକଟରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ)ଙ୍କୁ ମାଡମାରିବା ଘଟଣାରେ ସଦର ଥାନା ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଯାଜପୁର ଏସ୍‌ଡିଜେଏମ୍‌ କୋର୍ଟରେ ଅଭିଯୁକ୍ତମାନଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲକୁ ପଠାଯାଇଛି। ଅଭିଯୁକ୍ତମାନେ ହେଲେ ବିଜେଡି କର୍ମୀ ସରୋଜ କୁମାର ଦାସ, ଶ୍ରୀହରି ମହାପାତ୍ର, ଗଣେଶ ଜେନା, ଦେବଦତ୍ତ ଦାସ, ସତ୍ୟବ୍ରତ ରାଉତରାୟ, ଜଗନ୍ନାଥ ବାରିକ, ସୁନୀଲ କୁମାର ସିଂହ, ମୁକ୍ତିକାନ୍ତ ନାୟକ, ବିଜୟ କୁମାର ଧଳ ଓ ଦିଲୀପ କୁମାର ଜେନା। ଯାଜପୁର ସଦର ଥାନାରେ ଶକ୍ତିପ୍ରସାଦ ରାଉତ, ସୁଧାଂଶୁ ଶେଖର ସାହୁ, ଅଜୟ କୁମାର ପଣ୍ଡା ଓ ମାନସ ରଞ୍ଜନ ବାରିକଙ୍କ ପକ୍ଷରୁ ଲିଖିତ ଏତଲା ଦାୟର ହେବାପରେ ସଦର ଥାନାରେ ୪ ମାମଲା(ନଂ.୩୩୦, ୩୩୧, ୩୩୨ ଓ ୩୩୩/୨୦୨୪)ରୁଜୁ ହୋଇଛି।

ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହିତ ମାଡ ମରାଯାଇ ତାଙ୍କ ସୁନାଚେନ୍‌ ଛଡାଇ ନେଇଥିଲେ ବୋଲି ଅଭିଯୋଗ କରାଯାଇଛି। ବିଧାୟକଙ୍କୁ ବଞ୍ଚାଇବା ପାଇଁ ତାଙ୍କ ଅଙ୍ଗରକ୍ଷୀ (ପିଏସ୍‌ଓ) ଶକ୍ତିପ୍ରସାଦ ରାଉତ ଅଟକାଇବା ସମୟରେ ବିଜେଡିର ଅନେକ କର୍ମୀ ତାଙ୍କୁ ମଧ୍ୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବିଜେଡି ପକ୍ଷରୁ ଯାଜପୁର ଟାଉନ ଥାନା ଘେରାଉ କରି ଧର୍ମଶାଳା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଦାବି କରିଥିଲେ। ଅପରପକ୍ଷେ ଭାଜପା ପକ୍ଷରୁ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଓ ତାଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କ ସମେତ ଆକ୍ରମଣ କରିଥିବା ବିଜେଡି କର୍ମୀଙ୍କୁ ଗିରଫ କରିବା ଦାବିରେ ଶତାଧିକ ଭାଜପା କର୍ମୀ ଯାଜପୁର ସଦର ଥାନାକୁ ଘେରାଉ କରିଥିଲେ।

ଘଟଣାକୁ ନେଇ ଯାଜପୁର ଜିଲା ଭାଜପା ସଭାପତି ଗୌତମ ରାୟ କହିଛନ୍ତି, ବିରଜା ମନ୍ଦିର ପ୍ରକଳ୍ପକୁ କୌଣସି ସମୟରେ କେହି ବିରୋଧ କରୁନାହାନ୍ତି। ଏହା ପୂର୍ବପରି ଚାଲୁ ରହିଛି । ଏହାକୁ ଭାଜପା କିମ୍ବା ପ୍ରଶାସନ ବିରୋଧ କରୁ ନ ଥିବା ସ୍ଥଳେ ବିଜେଡି ନେତାମାନେ ଜନସାଧାରଣଙ୍କୁ ଭ୍ରମିତ କରିବା ପାଇଁ ଗଣମାଧ୍ୟମରେ ମିଥ୍ୟା ବିବୃତି ଦେଉଛନ୍ତି। ଏହି ପ୍ରକଳ୍ପକୁ ବନ୍ଦ କରାଯିବା ପାଇଁ କୌଣସି ସମ୍ଭାବନା ନାହିଁ। ବିରଜା ଅଗ୍ନେଶ୍ୱର ହାଟକୁ ଚଳାଇବା ପାଇଁ ବ୍ୟବସାୟୀମାନେ ଜିଲା ପ୍ରଶାସନ ନିକଟରେ ଦାବି କରିବାରୁ ଏହା ଚାଲୁ କରାଯିବା ପାଇଁ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଥିଲା। ଯେଉଁମାନେ ବୁଧବାର ରାତିରେ ଧର୍ମଶାଳା ବିଧାୟକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ସେମାନଙ୍କ ମଧ୍ୟରୁ ଅନେକ ବିଜେଡି ନେତା ହାଟକୁ ବନ୍ଦ କରିବା ପାଇଁ ଗୁରୁବାର ଏକଜୁଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri