ନିୟମକୁ ଅଣଦେଖା: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଯାତ୍ରୀ ଥାଇ ଡିଜେଲ ଭର୍ତ୍ତି କରୁଛି ଲକ୍ଷ୍ମୀବସ୍‌, ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୫ା୪(ଅରୁଣ ସାହୁ): ରାଜ୍ୟ ସରକାର ସମସ୍ତ ପଞ୍ଚାୟତରୁ ବ୍ଲକ ହେଡକ୍ୱାର୍ଟରକୁ ସୁବିଧା ଓ ଶସ୍ତାରେ ଯାତାୟାତ ପାଇଁ ଲକ୍ଷ୍ମୀବସ୍‌ର ବ୍ୟବସ୍ଥା କରିଛନ୍ତି କିନ୍ତୁ ଅନେକ ସମୟରେ ଏହି ବସ୍‌ରେ କାର୍ଯ୍ୟକରୁଥିବା କର୍ମଚାରୀଙ୍କ ମନମାନି ଓ ସରକାରୀ ନିୟମ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ଏଭକି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପଞ୍ଚାୟତଗୁଡ଼ିକୁ ଯାତାୟାତ କରୁଥିବା ଲକ୍ଷ୍ମୀବସ୍‌ରେ।

ପ୍ରକାଶ ଯେ, ଦାରିଙ୍ଗବାଡ଼ିଠାରୁ ସିର୍କାବର୍ଗ, ଭ୍ରମରବାଡ଼ି, ପର୍ତ୍ତମାହା, ଗୁମିକିଆ, କାଟିଙ୍ଗିଆ ଆଦି ଅଞ୍ଚଳକୁ ନିୟମିତ ଯାତ୍ରୀଙ୍କୁ ନେଇ ଯାତାୟାତ କରୁଥିବା ବେଳେ ଡିଜେଲ ଭର୍ତ୍ତି କରାଯାଉଥିବା ବେଳେ ବସ୍‌ରେ ଯାତ୍ରୀ ଭର୍ତ୍ତି ଥାଇ ପେଟ୍ରୋଲ ଟାଙ୍କିକୁ ବସ୍‌କୁ ନିଆଯାଉଛି ଯାହାକି କୌଣସି ସମୟରେ ବିପଦ ଘଟିଲେ ଯାତ୍ରୀମାନଙ୍କ କ୍ଷତି ଆଶଙ୍କା କରି ଏହାର ଯାତ୍ରୀମାନେ ବିରୋଧ କଲେ ମଧ୍ୟ ଏହାର ଦାୟିତ୍ୱ ରେ ଥିବା କର୍ମଚାରୀ ଖାତିର କରୁ ନ ଥିବା ଅଭିଯୋଗ ହେଉଛି। ବିଶେଷ କରି ଏହି ବସ୍‌ଗୁଡ଼ିକରେ ମହିଳା ଓ ଶିଶୁ ଯାତ୍ରୀଙ୍କ ସଂଖ୍ୟା ଅଧିକ ରହୁଥିବା ବେଳେ ଯାତ୍ରୀମାନେ ନିଜକୁ ନିରାପଦ ମଣୁନାହାନ୍ତି। ଏବେ ଗ୍ରୀଷ୍ମ ପ୍ରବାହ ରହିଥିବା ବେଳେ ମଧ୍ୟାହ୍ନରେ ପ୍ରଚଣ୍ଡ ଖରାରେ ମଧ୍ୟ ଏଭଳି ଡିଜେଲ ଭର୍ତ୍ତି କରାଯାଉଥିବା ଦେଖିବାକୁ ମିଳିଛ। ଏନେଇ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ସହ ଯୋଗାଯୋଗ କରାଯାଇଥିଲେ ହେଁ ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri