ଭୁବନେଶ୍ୱର,୫।୪: ବିଜେଡି କନ୍ଦଳକୁ ନେଇ ବଡ଼ ବୟାନ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ବିଜେଡି ଭବିଷ୍ୟତ ଏବେ ଅନ୍ଧାର ବୋଲି ସେ କହିଛନ୍ତି।
ମନ୍ତ୍ରୀ ଆହୁରି କହିଛନ୍ତି, ଦଳରେ ନେତୃତ୍ୱ ଅଭାବ ରହିଛି। ବିଜେଡିରେ ଲିଡରସିପ କ୍ରାଇସିସ ଚାଲିଛି। ଏପଟେ ନବୀଙ୍କ ଉପରେ କାହାର ଭରସା ନାହିଁ ବୋଲି ମଧ୍ୟ ଯୋଗାଣମନ୍ତ୍ରୀ କହିଛନ୍ତି। ଦଳକୁ ପଛରେ ରହି ଚଲାଉଥିବା ଡାଇରେକ୍ଟର ପାର୍ଟି ଛାଡ଼ି ପଳାଇବା ଯୋଜନାରେ ବୋଲି ସେ କହିଛନ୍ତି। ଓଡ଼ିଶାକୁ ଲୁଟ କରି ପଳାଇବେ, ଏହା ସମ୍ଭବ ନୁହେଁ। ଆଜି ଆକ୍ସନ ନିଆଯାଇନି, କାଲି ଆକ୍ସନ ନିଆଯିବ।
ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। କୁହାଯାଉଛି ଯେ, ଦଳର ସଭାପତି ନବୀନ ପଟ୍ଟନାୟକ ସବୁ ଏମପିଙ୍କୁ ବିଲ ବିରୋଧରେ ଭୋଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଶେଷ ମୂହୁର୍ତ୍ତରେ ପରିସ୍ଥିତି ଅଲଗା ଦେଖିବାକୁ ମିଳିଥିଲା।
ଫଳରେ, ରାଜ୍ୟ ସଭାରେ ବିଜେଡି ଏମପି ସସ୍ମିତ ପାତ୍ର ବିଲ୍କୁ ସମର୍ଥନରେ ଭୋଟ ଦେଇଥିବା ବେଳେ ମୁଜିବୁଲ୍ଲା ଖାନ ଏହାର ବିରୋଧ କରିଥିଲେ। ସେହିପରି ଦେବାଶିଷ ସାମନ୍ତରାୟ ଭୋଟ ନେଇ ନାହାନ୍ତି। ଅନ୍ୟ ୪ ଏମପିଙ୍କ ଭୋଟ ସ୍ଥିତି ଏପର୍ଯ୍ୟନ୍ତ ଅଜଣା ରହିଛି।
ଏହା ଭିତରେ ବଦ୍ରି ଅସନ୍ତୋସ ଝାଡ଼ି କହିଛନ୍ତି, ସସ୍ମିତ ପାତ୍ର ଏତେ ବଡ଼ ସାହସ କଲେ କେମିତି? । ଦଳ ସମଦୂରତା ନୀତି ରଖି ଚାଲୁଥିଲା, ନିଷ୍ପତ୍ତି ଅନୁରୂପ ହେଲାନି, କିଏ ଗୋଟେ ଖେଳ କଲା। କେଉଁଠି ଖେଳ ହୋଇଛି ତାହା ଜାଣିବା ଆବଶ୍ୟକ। ତଦନ୍ତରେ ଜଣାପଡ଼ିବ କାହା ନିର୍ଦେଶରେ ଏଭଳି ହେଲା।ଦଳ ଏବେ ବିଶ୍ବାସ ସଙ୍କଟରେ ବୋଲି ବଦ୍ରି କହିଛନ୍ତି।