ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ବିଶ୍ୱବିଦ୍ୟାଳୟର ଚାନ୍‌ସେଲର ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ପାଟ୍ରୋନ ଇନ୍‌ ଚିଫ୍‌ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏହାକୁ ଉଦ୍‌ଘାଟନ କରିଛନ୍ତି। ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ଜଷ୍ଟିସ୍‌ ସଞ୍ଜୁ ପଣ୍ଡା, ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ର, ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାସ, ଜଷ୍ଟିସ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ, ଜଷ୍ଟିସ୍‌ ବିଶ୍ୱନାଥ ରଥ, ଜଷ୍ଟିସ୍‌ ସଙ୍ଗମ୍‌ କୁମାର ସାହୁ, ଜଷ୍ଟିସ୍‌ କୃଷ୍ଣରାମ ମହାପାତ୍ର, ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜଷ୍ଟିସ୍‌ ସାବିତ୍ରୀ ରଥ ଉପସ୍ଥିତ ଥିଲେ। ଏହି ଆଇନ୍‌ ସହାୟତା କ୍ଲିନିକ୍‌ରେ ଲୋକଙ୍କୁ ମାଗଣାରେ ଆଇନ୍‌ ସେବା ଦିଆଯିବ। ଏହି ଅବସରରେ ବନ ବିଭାଗ ସହଯୋଗରେ କ୍ୟାମ୍ପସ୍‌ ପରିସରରେ ଚାରା ରୋପଣ କରାଯାଇଥିଲା। ପରେ ତ୍ରିଶୁଳିଆ ନିକଟସ୍ଥ ବେଲଗଛିଆଠାରେ ମଧ୍ୟ ଚାରା ରୋପଣ ହୋଇଥିଲା। ଏହି ଅବସରରେ ରାଜ୍ୟ ଆଇନ ସେବା ବିଭାଗ ପ୍ରମୁଖ ସଚିବ ଶଶିକାନ୍ତ ମିଶ୍ର, ମୁଖ୍ୟ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠୀ, ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ମୋନା ଶର୍ମା, ଆଞ୍ଚଳିକ ବନ ସଂରକ୍ଷକ ଅଶୋକ ମିଶ୍ର, ଜିଲାପାଳ ଭବାନୀ ଶଙ୍କର ଚୟନୀ, ରେଜିଷ୍ଟ୍ରାର (ଜେନେରାଲ) ମଳୟ ରଞ୍ଜନ ଦାଶ, ରେଜିଷ୍ଟ୍ରାର (ଆଡମିନ୍‌) ଆର୍‌.କେ. ତୋଷ, ରେଜିଷ୍ଟ୍ରାର (ଜୁଡିସିଆଲ୍‌) ଲଳିତ ଦାଶ ଏବଂ ହାଇକୋର୍ଟର ବରିଷ୍ଠ ଅଧିକାରୀଙ୍କ ସହ ଜିଲା ଜଜ୍‌ ରାଜ୍‌ କୁମାର ସାହୁ ଉପସ୍ଥିତ ଥିଲେ। ଆଇନ ସେବା ପ୍ରାଧିକରଣ ସଦସ୍ୟ ସଚିବ ମିନାକ୍ଷୀ ଦାସ, ପ୍ରକଳ୍ପ ପରାମର୍ଶଦାତା ଦେବାଶିଷ ନାୟକ କାର୍ଯ୍ୟକ୍ରମ ପରିଚାଳନା ଓ ଏଥିରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ କୁଳପତି ଶ୍ରୀକୃଷ୍ଣ ଦେବା ରାଓ, ଉପସଚିବ ଜ୍ୟୋତିରଞ୍ଜନ ଦାଶ ଓ ସହ ସଚିବ ରୁଦ୍ରପ୍ରକାଶ ନାୟକ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର...

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ...

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ...

ବିଜେଡି ନେତାଙ୍କୁ ଝଟ୍‌କା: ୨୪ କୋଟି ୨୧ ଲକ୍ଷ ଫାଇନ୍‌ ପକାଇଲେ…

ନୟାଗଡ଼,୬।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଭାପୁର ତହସିଲ ନିମାଣି ଗାଁସ୍ଥିତ କାସିଆ ପାହାଡ଼ରେ ମାତ୍ରାଧିକ ଖଣି ଉତ୍ତୋଳନ ଓ ଜଙ୍ଗଲ ଜମିରେ ବେଆଇନ ଖନନ ମାମଲାରେ...

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri