Posted inଜାତୀୟ

ହିନ୍ଦୁ ବିବାହ ଚୁକ୍ତି ନୁହେଁ, ବିଚ୍ଛେଦ ପାଇଁ ବୈଧ ସହମତି ଲୋଡ଼ା

ପ୍ରୟାଗରାଜ, ୧୫।୯: ଆଲ୍ଲାହାବାଦ ହାଇକୋର୍ଟ ଶନିବାର ଏକ ମହତ୍ତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏକ ମାମଲାର ଶୁଣାଣି କରି ଉଚ୍ଚ ନ୍ୟାୟାଳୟ କହିଛନ୍ତି, ହିନ୍ଦୁ ବିବାହକୁ କୌଣସି ଚୁକ୍ତି ପରି ଭଙ୍ଗାଯାଇ ପାରିବନି। କେବଳ ସୀମିତି ପରିସ୍ଥିତିରେ ଉଭୟ ପକ୍ଷଙ୍କ ସହମତି ସହ ଶାସ୍ତ୍ର ଏବଂ ରୀତିନୀତି ଆଧାରିତ ହିନ୍ଦୁ ବିବାହର ବିଚ୍ଛେଦ ହୋଇପାରିବ ବୋଲି ଉଚ୍ଚ ନ୍ୟାୟାଳୟ କହିଛନ୍ତି। ଏକ ବିବାହ ବିଚ୍ଛେଦ ପାଇଁ ନିମ୍ନ କୋର୍ଟ ଦେଇଥିବା ଆଦେଶଙ୍କୁ ରଦ୍ଦ କରିବା ପାଇଁ ଜଣେ ମହିଳା ଆଲ୍ଲାହାବାଦ ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଆବେଦନ କରିଥିଲେ। ମହିଳାଙ୍କ ଆବେଦନର ଶୁଣାଣି କରି ଜଷ୍ଟିସ୍‌ ସୌମିତ୍ର ଦୟାଲ ସିଂ ଏବଂ ଜଷ୍ଟିସ୍‌ ଡୋନାଡି ରମେଶଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ଯଦି ଛାଡ଼ପତ୍ରର ଶେଷ ଆଦେଶ ଆସିବା ପୂର୍ବରୁ କୌଣସି ମଧ୍ୟ ପକ୍ଷ ସହମତିରୁ ଓହରି ଯାଆନ୍ତି, ତେବେ ପ୍ରାରମ୍ଭିକ ସହମତି ଆଧାରରେ ଛାଡ଼ପତ୍ର ଦିଆଯାଇ ପାରିବନି। ଆବେଦନକାରୀ ଛାଡ଼ପତ୍ର ପାଇଁ ତାଙ୍କ ସହମତି ପ୍ରତ୍ୟାହାର କରିବା ପରେ ନିମ୍ନ ଅଦାଲତ ତାଙ୍କୁ ମୂଳ ସହମତି ପାଳନ କରିବାକୁ ବାଧ୍ୟ କରିପାରିବେ ନାହିଁ। ଏପରି କରିବା ନ୍ୟାୟର ଉପହାସ ହେବ। ସୂଚନାଯୋଗ୍ୟ, ଆବେଦନକାରୀ ମହିଳା ୨୦୧୧ରେ ବୁଲନ୍ଦ ସହର ଜିଲା କୋର୍ଟରେ ପାରିତ ହୋଇଥିବା ଏକ ଆଦେଶ ବିରୋଧରେ ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଆବେଦନ କରିଥିଲେ। ଉକ୍ତ ମହିଳାଙ୍କ ସ୍ବାମୀ ଦାଖଲ କରିଥିବା ଛାଡ଼ପତ୍ର ଆବେଦନକୁ ଜିଲା କୋର୍ଟ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri