ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ଦୃଷ୍ଟିରେ ରଖି ବିଜେଡିର ନିର୍ବାଚନୀ ଇସ୍ତାହାରରେ ବିକଶିତ ଓଡ଼ିଶାର ଚିତ୍ର ପ୍ରତିଫଳିତ ହେଉଛି। ଏହାକୁ ଦେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାରିବା ଭୟ ଘାରିଛି। ନିଜ ଦୋଷ ଦୁର୍ବଳତାରେ ସୁଧାର କରିବା ପରିବର୍ତ୍ତେ ବିଜେଡିର ନିର୍ବାଚନୀ ଇସ୍ତାହାରରେ ତ୍ରୁଟି ଖୋଜିବାରୁ ନିବୃତ୍ତ ରୁହନ୍ତୁ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତି ଏକ ପ୍ରେସ ବିବୃତି ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କୁ ପରାମର୍ଶ ଦେଇଛନ୍ତି।
କହିଛନ୍ତି, ବିଜେଡିର ନିର୍ବାଚନୀ ଇସ୍ତାହାରକୁ ସମାଲୋଚନା କରିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ନିର୍ବାଚନ ପରେ କେନ୍ଦ୍ରରେ ସରକାର ଗଢ଼ିବା ସମୟରେ ଭାଜପାର ୨ ଲକ୍ଷ ଚାକିରି ଓ ପ୍ରତ୍ୟେକ ପରିବାରଙ୍କ ବ୍ୟାଙ୍କ ଜମାଖାତାରେ ୧୫ ଲକ୍ଷ ଟଙ୍କା ଜମାହେବ ବେଲି ଦେଇଥିବା ପ୍ରତିଶ୍ରୁତିକୁ ଭୁଲିଯାଇଛନ୍ତି। ଓଡିଆ ଅସ୍ମିତାକୁ ଆକ୍ରମଣ କରୁଥିବା ଧର୍ମେନ୍ଦ୍ର ପ୍ରଧାନ ବିଜେଡିର ନିର୍ବାଚନୀ ଇସ୍ତାହାରକୁ ମନଦେଇ ପଢ଼ିବା ଉଚିତ। ଯେଉଁଥିରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି, କ୍ରୀଡ଼ା, ଗମନାଗମନ, ପରିବହନ, ପର୍ଯ୍ୟଟନ, ମହିଳା ସଶକ୍ତୀକରଣ, ଯୁବ ଦକ୍ଷତା ବିକାଶ, ଓଡ଼ିଶାର ଐତିହ୍ୟ, ସଂସ୍କୃତିର ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ପାଇଁ ଅନେକ ଯୋଜନା ରହିଛି। ମୁଖ୍ୟମନ୍ତ୍ରୀ ଯାହା କହନ୍ତି, ତାହା କରନ୍ତି। ତେଣୁ ଏହା କେବଳ ଏକ ନିର୍ବାଚନୀ ଇସ୍ତାହାର ନୁହେଁ, ଓଡ଼ିଶାବାସୀଙ୍କ ପାଇଁ ଭରସାର ପତ୍ର ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ବିଜେଡିର ନିର୍ବାଚନୀ ଇସ୍ତାହାର ବିରୋଧୀଙ୍କ ନିଦ ହଜାଇ ଦେଇଥିବା ବେଳେ ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ ଚିନ୍ତା ବଢ଼ାଇ ଦେଇଛି। ତେଣୁ ଧର୍ମେନ୍ଦ୍ର ଅଯଥା ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri