ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର ଜବାବ ରଖିଛନ୍ତି କୁଚିଣ୍ଡା ଭାଜପା ବିଧାୟକ ପ୍ରାର୍ଥୀ ରବି ନାଏକ। ସେ କହିଛନ୍ତି, ବିଜେଡି ମୁଖପାତ୍ରଙ୍କ ବିବୃତ୍ତି ଅତ୍ୟନ୍ତ ହାସ୍ୟାସ୍ପଦ। ସେ ମିଛ କହି ଭୋଟରଙ୍କ ନିକଟତର ହେବାକୁ ବିଫଳ ପ୍ରୟାସ କରୁଛନ୍ତି। ସମ୍ବଲପୁରର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିକ୍ଷକ ଓ ଅଣଶିକ୍ଷକଙ୍କ ସଂଖ୍ୟାର ସ୍ଥିତି ଅତ୍ୟନ୍ତ ଶୋଚନୀୟ। ଏହା ଜାଣିଲା ପରେ ହୁଏତ ବିଜେଡି ମୁଖପାତ୍ର କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଆଣିଥିବା ଅଭିଯୋଗକୁ ନେଇ ପଶ୍ଚାତାପ କରିବେ। ରାଜ୍ୟର ଅନ୍ୟତମ ବୈଷୟିକ ଶିକ୍ଷାନୁଷ୍ଠାନ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ର ମୋଟ ୩୦୯ଟି ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦବୀ ମଧ୍ୟରୁ ୯୩ଟି ପଦବୀ ଖାଲିଥିବା ବେଳେ ମଞ୍ଜୁରିପ୍ରାପ୍ତ ମୋଟ ୨୧୭ ଅଣଶିକ୍ଷକ ପଦବୀ ମଧ୍ୟରୁ ୮୫ଟି ପଦବୀ ଖାଲି ରହିଛି। ସେହିପରି ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରରେ ମୋଟ ୧୪୪ ମଞ୍ଜୁରିପ୍ରାପ୍ତ ଶିକ୍ଷକ ପଦବୀ ମଧ୍ୟରୁ ୭୬ ପଦବୀ ଖାଲି ରହିଛି। ଶିକ୍ଷକ ଓ ଅଣଶିକ୍ଷକ ଅଭାବ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ସମ୍ବଲପୁରରେ ସ୍ଥାପିତ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ନିୟମିତ ପ୍ରଫେସର ବା ସହକାରୀ ପ୍ରଫେସର ନିଯୁକ୍ତ ହୋଇ ନ ଥିବାରୁ ରବି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି।
ବିଜେଡି ମୁଖପାତ୍ର ଲେନିନ ମହାନ୍ତି ରାଜ୍ୟର ସୁଦୃଢ଼ ଶିକ୍ଷା ଭିତ୍ତିଭୂମି ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ବିଚଳିତ କରୁଛି ବୋଲି ବୟାନ ଦେଇଥିଲେ। କେନ୍ଦ୍ରର ପ୍ରବଞ୍ଚନା ସତ୍ତ୍ୱେ ରାଜ୍ୟ ସରକାର ନିଜ ଉଦ୍ୟମରେ ଓଡ଼ିଶା ବିଶେଷକରି ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଆସିଛନ୍ତି ବୋଲି କହି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ୍‌ କରିଥିଲେ। ସମ୍ବଲପୁରରେ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହ ଭିସୁଟ୍‌କୁ ଉକତ୍ର୍ଷ କେନ୍ଦ୍ରରେ ପରିଣତ କରିବା ପଦକ୍ଷେପ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ବିଚଳିତ କରିଛି ବୋଲି ଲେଲିନ କହିଥିଲେ। ଉକତ୍ର୍ଷ କେନ୍ଦ୍ରରେ ପରିଣତ କରିବା ପାଇଁ ଭିସୁଟ୍‌କୁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟି ବ୍ୟୟ ଅଟକଳରେ ମାଷ୍ଟର ପ୍ଲାନ, ଭିମ୍‌ସାରର ସର୍ବାଙ୍ଗୀନ ବିକାଶ ପାଇଁ ଏକହଜାର କୋଟିର ଅନୁଦାନ ଏଠାରେ ଶିକ୍ଷା ବିକାଶର ଉଦାହରଣ ସାବ୍ୟସ୍ତ ହୋଇଛି। ଆଗାମୀ ଦିନରେ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ୱରେ ଏଠାରେ ଶିକ୍ଷାର ଏହି ବିକାଶ ଅଧିକ ତ୍ୱରାନ୍ବିତ ହୋଇପାରିବ ବୋଲି ଲେଲିନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri