ଦୈନିକ ସଂକ୍ରମଣ ୮ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୮ ହଜାର ତଳେ ରହିଛି। ଗୋଟିଏ ଦିନ ପୂର୍ବରୁ ଏହା ୯ ହଜାର ତଳେ ଥିଲା। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାର ୫୭୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୫୪୩ ଦିନ ପରେ ଏହା ସର୍ବନିମ୍ନ ରହିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୩୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୨ ହଜାର ୨୦୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୮ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୧୩ ହଜାର ୫୮୪ ରହିଛି। ୫୩୬ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୩ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୬ ହଜାର ୧୪୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୧୭ କୋଟି ୬୩ ଲକ୍ଷ ୭୩ ହଜାର ୪୯୯ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୧ ଲକ୍ଷ ୯୨ ହଜାର ୧୫୪ ଜଣଙ୍କୁ ଟିକାଦାନ କରାଯାଇଛି। ସେହିପରି ଇତିମଧ୍ୟରେ ୬୩ କୋଟି ୩୪ ଲକ୍ଷ ୮୯ ହଜାର ୨୩୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷ ୬୪ ହଜାର ୯୮୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୯ ଲକ୍ଷ ୪୬ ହଜାର ୭୪୯ ଲୋକ ସୁସ୍ଥ ହୋଇସାରିଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

କେରଳରେ ଗତ ୨୪ ଘଣ୍ଟାରେ ୩,୬୯୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୭୫ ରହିଛି। ସେହିପରି ରାଜ୍ୟରେ ଏହି ସମୟ ମଧ୍ୟରେ ୭,୫୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share