‘ସିବିଆଇ, ଏସ୍‌ଆଇଟି ତଦନ୍ତ ହେଉ’

ଭୁବନେଶ୍ୱର, ୫।୮ (ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ଇତିମଧ୍ୟରେ ୨୩ରୁ ଊର୍ଦ୍ଧ୍ୱ ଦିନ ବିତିଗଲାଣି। ମାତ୍ର ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର ରହସ୍ୟ ଉପରୁ ପରଦା ହଟୁନାହିଁ। ଏପରି ସ୍ଥିତିରେ ପୋଲିସର ତଦନ୍ତ ନେଇ ସୌମ୍ୟଙ୍କ ପରିବାର ଲୋକେ ପ୍ରଶ୍ନ ଉଠାଇଛନ୍ତି। ପୋଲିସ ନିରପେକ୍ଷ ଭାବେ ତଦନ୍ତ କରୁ ନ ଥିବା ଏବଂ ଅଭିଯୁକ୍ତମାନଙ୍କୁ ଧରିବାରେ ବିଳମ୍ବ କରୁଥିବା ସେମାନେ ଅଭିଯୋଗ କରିଛନ୍ତି। ବୁଧବାର ସୌମ୍ୟଙ୍କ ଭାଇ ଓ ସମ୍ପର୍କୀୟମାନେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ପୋଲିସ ଜାଣିଶୁଣି ତଦନ୍ତ ପ୍ରକ୍ରିୟାରେ ବିଳମ୍ବ କରୁଥିବାବେଳେ କ୍ଷମତାଶାଳୀ ବ୍ୟକ୍ତିଙ୍କ ପ୍ରଭାବରେ ଅଭିଯୁକ୍ତମାନଙ୍କୁ ଖସିଯିବାରେ ସାହାଯ୍ୟ କରୁଛି। ଏପରି କି ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କୁ ପୋଲିସ କ୍ଲିନ୍‌ଚିଟ୍‌ ମଧ୍ୟ ଦେଇଛି। ତେଣୁ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିବିଆଇ କିମ୍ବା ଏସ୍‌ଆଇଟିକୁ ମାମଲା ହସ୍ତାନ୍ତର କରାଯାଉ। ଆବଶ୍ୟକ ପଡ଼ିଲେ ହାଇକୋର୍ଟଙ୍କ ଜରିଆରେ ଏହାର ତଦନ୍ତ କରାଯାଉ ବୋଲି ସୌମ୍ୟଙ୍କ ସମ୍ପର୍କୀୟ ଭାଇ ମାନସ ରଞ୍ଜନ ପାଢୀ ଦାବି କରିଛନ୍ତି। ଏପରି କି ଜଣେ ମନ୍ତ୍ରୀଙ୍କ ସମ୍ପୃକ୍ତି ନେଇ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ତଦନ୍ତ ବିଳମ୍ବ ହେଲେ ଦୋଷୀଙ୍କୁ ପ୍ରମାଣ ନଷ୍ଟ ପାଇଁ ଅଧିକ ସମୟ ମିଳିବ ବୋଲି ପାଢୀ କହିଛନ୍ତି। ଏହାପରେ ସୌମ୍ୟଙ୍କ ପରିବାର ଲୋକେ ପୋଲିସ ମହାନିର୍ଦ୍ଦେଶକଙ୍କ କ୍ୟାମ୍ପ ଅଫିସକୁ ଯାଇ ଅଭିଯୋଗପତ୍ର ଦେଇଥିଲେ। ଏହା ପୂର୍ବରୁ ମଧ୍ୟ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୁକ୍ତମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବା ସହ ଘଟଣାର ନିରପେକ୍ଷ ତଦନ୍ତ ନିମନ୍ତେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri