କାମିୟା ବିବାଦର ଯାଞ୍ଚ ହେଉ: ଭିଏଚ୍‌ପି

ପୁରୀ,୨୫ା୧୨(ଅଜିତ୍‌ ମହାନ୍ତି): ୟୁଟ୍ୟୁବର୍‌ କାମିୟା ଜାନିଙ୍କ ଶ୍ରୀମନ୍ଦିର ପ୍ରବେଶକୁ ନେଇ ଉଠିଥିବା ବିବାଦର ଯାଞ୍ଚ କରିବା ପାଇଁ ରାଜ୍ୟ ସରକାରଙ୍କୁ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅନୁରୋଧ କରାଯାଇଛି। ସୋମବାର ପୁରୀର ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱ ହିନ୍ଦୁ ପରିଷଦର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ. ରବୀନ୍ଦ୍ର ନାରାୟଣ ସିଂ କହିଛନ୍ତି, କାମିୟାଙ୍କ ଦ୍ୱାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ମହାପ୍ରସାଦର ପ୍ରଚାରପ୍ରସାରକୁ ନେଇ ବିବାଦ ଦେଖାଦେଇଛି। ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେ, କାମିୟା ଗୋମାଂସ ଭକ୍ଷଣ କରୁଛନ୍ତି, ଯାହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ଦେଖିବାକୁ ମିଳୁଛି। ତେବେ କାମିୟା ଏ ନେଇ ନିଜ ତରଫରୁ ସ୍ପଷ୍ଟୀକରଣ ରଖି ସାରିଥିବା ବେଳେ ଏହାର ସତ୍ୟତା ଯାଞ୍ଚ କରାଯିବାକୁ ସିଂ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ସେହିପରି ତୁରନ୍ତ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ନ ଗଲେ ଆନ୍ଦୋଳନ ହେବ ବୋଲି ସେ ଚେତାବନୀ ଦେଇଛନ୍ତି। ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସବୁ ଓଡ଼ିଆ ସାମିଲ ହେବାକୁ ପରିଷଦର ମୁଖପାତ୍ର ଦେବଜୀ ଭାଇ ରାଓ୍ବତ ନିବେଦନ କରିଛନ୍ତି। ଉକ୍ତ ଦିନ ମନ୍ଦିରର ସମସ୍ତ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ...

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ...

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ...

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା...

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri