ବଜାରରେ ଏଲ୍‌ଜିର ନୂତନ ଉତ୍ପାଦ

ଭୁବନେଶ୍ୱର,୨୮।୭: ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ଓଏଲ୍‌ଇଡି ଟିଭି’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ଏଲ୍‌ଜି ନୂଆ ଏନ୍‌ପିଆଇ ସିରିଜ ଅଧୀନରେ ଏହି ଟିଭି ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଆର୍ଟିଫିସିଆଲ ଇଣ୍ଡେଲିଜେନ୍ସି (ଏଆଇ) ଟେକ୍ନୋଲୋଜି ସାମିଲ ରହିଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଜିର ସ୍ବୀକୃତିପ୍ରାପ୍ତ ଆଉଟ୍‌ଲେଟ୍‌ ତଥା ରିଟେଲ ପଏଣ୍ଟ ଭୁବନେଶ୍ୱରର ବାପୁଜୀନଗରସ୍ଥିତ ରାଜ୍‌ ଇଲେକ୍ଟ୍ରୋନିକ୍ସ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଏଲ୍‌ଜି ଓଡ଼ିଶାର ବିଏମ୍‌ ସନ୍ଦୀପ ପାତ୍ରୋ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଲ୍‌ଜି ଓଡ଼ିଶାର ମାକେର୍ଟିଂ ମ୍ୟାନେଜର ଦେବଦୀପ ଚକି, ଏରିଆ ମ୍ୟାନେଜର ଦେବେନ୍ଦ୍ରନାଥ ପରିଡ଼ା, ଏମ୍‌ସି ଶୋଭନ ଜଗଦୀଶ ଜେନାଙ୍କ ସମେତ ରାଜ୍‌ ଇଲେକ୍ଟ୍ରୋନିକ୍ସ ସ୍ବତ୍ୱାଧିକାରୀ ପ୍ରକାଶ ଚନ୍ଦ୍ର ବିଶ୍ୱାଳ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ, ଏଲ୍‌ଜି ଓଏଲ୍‌ଇଡି ଇଭିଓ ଏଆଇ ଆଣ୍ଡ ଏଲ୍‌ଜି କ୍ୟୁଏନ୍‌ଇଡି ଏଆଇ ଟିଭି ସମେତ ଏଲ୍‌ଜି ଓଏଲ୍‌ଇଡି୯୭ଜି୪ର ବିଭିନ୍ନ ସାଇଜ ଓ ରେଞ୍ଜର ଟିଭି ବଜାରରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri