ସହାୟତାର ହାତ ବଢ଼ାଇଲା ଏଲ୍‌ଆଇସି

ନୂଆଦିଲ୍ଲୀ,୬।୮: ଭାରତୀୟ ଜୀବନ ବୀମା ନିଗମ (ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି)ର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି କେରଳର ଓ୍ବାୟନାଡରେ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟ ପାଇଁ ବିଶେଷ ରିହାତି ସମ୍ପର୍କରେ ଘୋଷଣା କରିଛନ୍ତି। ଏପରିକି ଏହି ବିପର୍ଯ୍ୟୟର ଶିକାର ହୋଇଥିବା ବ୍ୟକ୍ତିବିଶେଷଙ୍କ ପାଇଁ ନିଗମ ପକ୍ଷରୁ ରିହାତି ସୁବିଧା ଯୋଗାଇ ଦିଆଯିବ ବୋଲି ମହାନ୍ତି ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଏଲ୍‌ଆଇସି ବୀମାଧାରୀ ଏବଂ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନାର ହିତାଧିକାରୀଙ୍କ ପାଇଁ ମଧ୍ୟ ଆବଶ୍ୟକ ସହଯୋଗ ଓ ଅଭିଯୋଗର ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ଲାଗି ଡିଭିଜନଙ୍କୁ ମଧ୍ୟ କୁହାଯାଇଛି।
ସେହିଭଳି କେରଳ ରାଜ୍ୟ ୱାୟନାଡଠାରେ ଘଟିଯାଇଥିବା ପ୍ରାକୃତିକ ବିପର୍ଯ୍ୟୟ ଓ ଏହାଦ୍ୱାରା ପ୍ରଭାବିତ ଓ କ୍ଷତିଗ୍ରସ୍ତଙ୍କ ଉଦ୍ଦେଶ୍ୟରେ ନିଗମର କର୍ମଚାରୀ, କର୍ମଚାରୀଙ୍କ ପରିବାର ଏବଂ ଏଜେଣ୍ଟମାନେ ସମଗ୍ର ଏଲ୍‌ଆଇସି ପରିବାର ସଦସ୍ୟ ହଜିଯାଇଥିବା ଜୀବନ ଓ ପୀଡ଼ିତଙ୍କ ପରିବାର ସଦସ୍ୟଙ୍କ ସହିତ ଦୃଢ଼ ଭାବେ ଛିଡ଼ା ହୋଇଥିବାବେଳେ ସମବେଦନା ମଧ୍ୟ ଜଣାଇଛନ୍ତି। ସେହିପରି କେରଳର କୋଝିକୋଡେ ଡିଭିଜନ ନୋଡାଲ ଅଧିକାରୀଙ୍କୁ ସ୍ବତନ୍ତ୍ର ଅଧିକାର ଓ ଦାୟିତ୍ୱ ମଧ୍ୟ ଦିଆଯାଇଛି। ଏପରିକି ସ୍ଥାନୀୟ ପ୍ରଶାସନ ଓ ସରକାରଙ୍କ ସହ ମିଳିତ ଭାବେ ହିତାଧିକାରୀଙ୍କ ସମସ୍ୟାର ସାମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଓ ତ୍ୱରିତ ଦାବି ସମାଧାନ ଲାଗି ପ୍ରୟାସ କରିବାକୁ ନିଗମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri