ଏଲ୍‌ଆଇସିର ନୂତନ ଯୋଜନା ଉନ୍ମୋଚିତ

ନୂଆଦିଲ୍ଲୀ,୧୭।୨: ଭାରତୀୟ ଜୀବନ ବୀମା ନିଗମ (ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି)ର ନୂତନ ଯୋଜନା ‘ଅମ୍ରିତ୍‌ବଳ’(ପ୍ଲାନ୍‌ ୮୭୪)ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଆଇସିର ମୁମ୍ବାଇ କାର୍ଯ୍ୟାଳୟଠାରେ ଏକ ସ୍ବତନ୍ତ୍ର ଶୁଭାରମ୍ଭ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଅର୍ଥ ମନ୍ତ୍ରଣାଳୟର ସଚିବ (ଫାଇନାନ୍ସିଆଲ ସର୍ଭିସ୍‌) ଡ. ବିବେକ ଜୋଷୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉନ୍ମୋଚନ (ଶୁଭାରମ୍ଭ) ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଲ୍‌ଆଇସିର ଚେୟାରମ୍ୟାନ ସିଦ୍ଧାର୍ଥ ମହାନ୍ତିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ,ଏଲ୍‌ଆଇସିର ଏହି ନୂତନ ଯୋଜନା ଅମ୍ରିତ୍‌ବଳ(ପ୍ଲାନ ୮୭୪) ଏକ ଅଭିନବ ବୀମା ଯୋଜନା ହୋଇଥିବାବେଳେ ଏହା ବିଶେଷକରି ଶିଶୁର ଉଚ୍ଚ ଶିକ୍ଷା ଓ ଅନ୍ୟାନ୍ୟ ଆବଶ୍ୟକତା ପାଇଁ ବେଶ୍‌ ସହାୟକ ହେବ। ସେହିଭଳି ଏହା ଏକ ବ୍ୟକ୍ତିଗତ, ସେଭିଂ ଜୀବନ ବୀମା ଯୋଜନା ହୋଇଥିବାବେଳେ ବିଶେଷ ସୁବିଧାର ବ୍ୟାପକ ସମ୍ଭାର ଅନ୍ତର୍ଭୁକ୍ତ ରହିଛି।
ଏ ସମ୍ପର୍କରେ ଏଲ୍‌ଆଇସିର ଚେୟାରମ୍ୟାନ ମହାନ୍ତି କହିଥିଲେ, ନିଗମର ଏହି ନୂତନ ଯୋଜନାକୁ ଉନ୍ମୋଚନ ସହ ବଜାର ପ୍ରବେଶ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏହି ଯୋଜନା ୨୦୨୪ ଫେବୃଆରୀ ୧୭ରୁ ସାରା ଦେଶରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri