ବଜାରରେ ଏଲ୍‌ଆଇସିର ନୂତନ ଉତ୍ପାଦ

ମୁମ୍ବାଇ,୭।୮: ଭାରତୀୟ ଜୀବନ ବୀମା ନିଗମ (ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ)ର ନୂତନ ଉତ୍ପାଦ ରେଞ୍ଜ ଯଥା ଏଲ୍‌ଆଇସି ୟୁବା ଟର୍ମ (ପ୍ଲାନ୍‌ ୮୭୫)/ ଡିଜି ଟର୍ମ (ପ୍ଲାନ ୮୭୬) ଏବଂ ଏଲ୍‌ଆଇସି ଯୁବା କ୍ରେଡିଟ ଲାଇଫ (ପ୍ଲାନ୍‌ ୮୭୭) / ଡିଜି କ୍ରେଡିଟ୍‌ ଲାଇଫ (ପ୍ଲାନ୍‌ ୮୭୮)’ର ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଆଇସି ଇଣ୍ଡିଆର ମୁମ୍ବାଇ କାର୍ଯ୍ୟାଳୟଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଏଲ୍‌ଆଇସି ଇଣ୍ଡିଆର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଏଲ୍‌ଆଇସି ଇଣ୍ଡିଆର ଏହି ନୂତନ ଉତ୍ପାଦଗୁଡ଼ିକ ହିତାଧିକାରୀଙ୍କୁ ଅନେକ ପ୍ରକାର ସୁବିଧା ଓ ସୁରକ୍ଷିତ ବୀମା ସେବା ଉଭୟ ଅଫ୍‌ଲାଇନ ଓ ଅନ୍‌ଲାଇନ ଜରିଆରେ ଯୋଗାଇଦେଇଥାଏ। ସେହିଭଳି ଉପରୋକ୍ତ ନୂତନ ବୀମା ଉତ୍ପାଦ ଜରିଆରେ ହିତାଧିକାରୀ ସେମାନଙ୍କ ଅନେକ ପ୍ରକାର ଆବଶ୍ୟକତା ପୂରଣ କରିପାରିବେ ବୋଲି ନିଗମ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।
ଏ ସମ୍ପର୍କରେ ଏଲ୍‌ଆଇସି ଇଣ୍ଡିଆର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି କହିଥିଲେ, ନିଗମର ନୂତନ ଉତ୍ପାଦ ରେଞ୍ଜକୁ ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହା ଜରିଆରେ ହିତାଧିକାରୀମାନେ ଅନେକ ସୁଫଳ ପାଇପାରିବେ। ଉଭୟ ଯୁବା ଟର୍ମ/ ଡିଜି ଟର୍ମ ଏବଂ ଯୁବା କ୍ରେଡିଟ୍‌ ଲାଇଫ୍‌/ ଡିଜି କ୍ରେଡିଟ ଲାଇଫ୍‌ ଜରିଆରେ ନିଗମ ହିତାଧିକାରୀଙ୍କୁ ବ୍ୟାପକ ପ୍ରକାର ସୁବିଧା ଯୋଗାଇ ଦେଉଛି। ଉପରୋକ୍ତ ପ୍ଲାନ୍‌ଗୁଡିକ ନନ୍‌-ପାର୍‌, ନନ୍‌-ଲିଙ୍କ୍‌ଡ, ଲାଇଫ, ବ୍ୟକ୍ତିଗତ, ପିଅର ରିସ୍କ ପ୍ଲାନ୍‌ ହୋଇଥିଲାବେଳେ ପରିବାର ଓ ଆର୍ଥକ ସୁରକ୍ଷା ହିତାଧିକାରୀ ପରିବାରବର୍ଗଙ୍କୁ ଯୋଗାଇଦେଇଥାଏ ବୋଲି ମହାନ୍ତି ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri