ଟଙ୍କରାମ ହତ୍ୟା ମାମଲା: ୨ ପୁଅଙ୍କ ସହ ବାପାଙ୍କୁ ଆଜୀବନ କାରାଦଣ୍ଡ

ଲୋଇସିଂହା,୨୩ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ସଦର ଥାନା ତଥା ଲୋଇସିଂହା ବ୍ଲକ କୁଶଙ୍ଗ ପଞ୍ଚାୟତ ବଞ୍ଜାରି ଗ୍ରାମର ଟଙ୍କରାମ ପାଣ୍ଡେ ହତ୍ୟା ମାମଲାର ବଲାଙ୍ଗୀର ସେସନ କୋର୍ଟ ବିଚାର ପତି ଡ. ପବିତ୍ରମୋହନ ସାମଲ ଗୁରୁବାର ଶୁଣାଣି କରି ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦଣ୍ଡିତ ଅଭିଯୁକ୍ତମାନେ ହେଲେ ୩ ବାପପୁଅ। ସେମାନେ ହେଲେ ମାୟାଧର ପୋଢ଼, ଦୁଇପୁଅ ସୁରୁ ଏବଂ ସାଗର। ଏହାବ୍ୟତୀତ ଅଭିଯୁକ୍ତମାନଙ୍କୁ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ହୋଇଛି। ଜରିମାନା ଅନାଦେୟ ହେଲେ ଅତିରିକ୍ତ ଗୋଟିଏ ବର୍ଷ ସଜା କାଟିବାକୁ କୁହାଯାଇଛି। ଅପରପକ୍ଷେ ଏହି ମାମଲା ସାକ୍ଷୀ ଓ ପ୍ରମାଣ ଅଭାବରୁ ଶୁକବତୀ ପୋଢ଼ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ମାମଲାରୁ ପ୍ରକାଶ ଯେ,୧୦ ମାର୍ଚ୍ଚ ୨୦୧୮ରେ ଉପରୋକ୍ତ ଅଭିଯୁକ୍ତମାନେ ରାତି ୯ଟା ବେଳେ ଲାଠି ଓ ପଥରରେ ଟଙ୍କରାମଙ୍କୁ ତାଙ୍କ ଘର ଆଗରେ ଅତି ନିର୍ମମ ଭାବେ ଆକ୍ରମଣ କରିଥିଲେ। ଏଥିରେ ଟଙ୍କରାମ ଗୁରୁତର ହୋଇପଡ଼ିବାରୁ ପରିବାର ଲୋକେ ଉଦ୍ଧାର କରି ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ପରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ମାର୍ଚ୍ଚ ୧୧ରେ ବୁର୍ଲାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଟଙ୍କରାମଙ୍କ ପୁଅ କରୁଣାକର ପାଣ୍ଡେ ମାଗୁର ବେଡ଼ା ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ। ଏସ୍‌ଆଇ କମଳଲୋଚନ ମାଝି ଏହି ମାମଲାର ତଦନ୍ତ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ। ସରକାରୀ ଓକିଲ ସୁବାସ ଚନ୍ଦ୍ର ମହନ୍ତ ଏହି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି।...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ମୋଦିଙ୍କ ଆପ୍ରୁଭାଲ୍‌ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ…

ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ...

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ବେଆଇନ ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ...

ବେଲବାହାଳିରେ ବାଘ ଆତଙ୍କ

ଆନନ୍ଦପୁର,୨୨।୪(ସୁଶାନ୍ତ କୁମାର ସାହୁ ): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image