ଯୌନ କେଳେଙ୍କାରୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ,୧୮।୧୧: ନାବାଳିକା ଯୌନ ନିର୍ଯାତନା ମାମଲାର ବିଚାର କରି ଗୁରୁବାର ଭଦ୍ରକ ଅତିରିକ୍ତ ଜିଲା ତଥା ଦୌରାଜଜ୍‌ ପ୍ରଣତି ଶାହା ଖଇରା ଥାନା ଘୁଷୁରିଗଡିଆ ଗ୍ରାମର ମାନସ ଜେନା(୩୮)ଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏତଦ୍‌ବ୍ୟତୀତ ୨୦ ହଜାର ଟଙ୍କା ଜରିମାନା ଦେବାକୁ ରାୟ ପ୍ରକାଶ ପାଇଛି। ଜରିମାନା ଅନାଦାୟ ପୁଣି ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଭଦ୍ରକ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ପୀଡ଼ିତାଙ୍କୁ ୩ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ମୁତାବକ, ୨୦୧୭ ନଭେମ୍ବର ୩ତାରିଖ ସନ୍ଧ୍ୟାରେ ଜଣେ ନାବାଳିକା ଘର ସମ୍ମୁଖରେ ଖେଳୁଥିଲେ। କିନ୍ତୁ ଅଭିଯୁକ୍ତ ମାନସ ତାଙ୍କୁ ଏକ ନିଛାଟିଆ ସ୍ଥାନକୁ ଟେକି ନେଇ ଯୌନ ନିର୍ଯାତନା ଦେଇଥିଲେ। ପୀଡ଼ିତା ଘରକୁ ଆସି ଘଟଣା ସଂକ୍ରାନ୍ତରେ ମା’ଙ୍କୁ କହିଥିଲେ। ପରେ ପୀଡ଼ିତାଙ୍କ ମା’ ବାପା ଭଦ୍ରକ ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୩୩୪/୧୭) ରୁଜୁ କରି ମାନସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେହି ଦିନଠାରୁ ମାନସ ଜେଲରେ ଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ବଟକୃଷ୍ଣ ଦାସ ଓ ଅରୁଣ କୁମାର ମିଶ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri