ପ୍ରେମ ପାଇଁ ଜୀବନ ଗଲା

ପରଜଙ୍ଗ, ୨୭।୪(ଡି.ଏନ୍‌.ଏ.)
ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗ୍ରାମ ନିକଟବର୍ତ୍ତୀ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ବୁଧବାର ଜବତ କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ମନୋଜ ବିଶ୍ୱାଳ। ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଗୋଟିଏ ପରିବାରର ୪ଜଣ ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।
ପୋଲିସ ନିକଟରେ ହୋଇଥିବା ଅଭିଯୋଗ ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ମନୋଜ ବାଇକ୍‌ରେ ଅଁଳାକଟା ଗ୍ରାମରେ ହେଉଥିବା ଯାତ୍ରା ଦେଖିବାକୁ ଯାଇଥିଲେ। ବୁଧବାର ସକାଳେ ତାଙ୍କର କ୍ଷତାକ୍ତ ମୃତଦେହ ଗଁା ପାଖ କାଜୁ ବଗିଚାରୁ ଠାବ କରାଯାଇଥିଲା। ସୂଚନା ପାଇ ଏସ୍‌ଡିପିଓ ରଞ୍ଜନ କୁମାର ଦେ, ଥାନାଧିକାରୀ ପ୍ରଶାନ୍ତ କୁମାର ପାତ୍ରଙ୍କ ସମେତ ଢେଙ୍କାନାଳରୁ ଆସିଥିବା ସାଇଣ୍ଟିଫିକ୍‌ ଟିମ୍‌ ସନ୍ଧାନୀ କୁକୁର ସହାୟତାରେ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି। ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ମୃତକଙ୍କ ବଡ଼ଭାଇ ସରୋଜ ବିଶ୍ୱାଳଙ୍କ ଅଭିଯୋଗକ୍ରମେ ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଛି। ଏହି ହତ୍ୟାକାଣ୍ଡ ପଛରେ ଏକ ପରିବାରର ୪ ଜଣଙ୍କ ସମ୍ପୃକ୍ତି ଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।
ମୃତକଙ୍କ ବଡ଼ଭାଇ ସରୋଜଙ୍କ କହିବା କଥା, ଗ୍ରାମର ଜଣେ ଯୁବତୀଙ୍କ ସହ ମଝିଆ ଭାଇ ମନୋଜଙ୍କ ପ୍ରେମ ସମ୍ପର୍କ ରହିଥିଲା। ଏହାକୁ ଯୁବତୀଙ୍କ ପରିବାର ସଦସ୍ୟ ବିରୋଧ କରି ଆସୁଥିଲେ। ଏପରି କି କିଛିମାସ ତଳେ ସରୋଜଙ୍କୁ ସମ୍ପୃକ୍ତ ପରିବାର ଲୋକେ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ଥାନାରେ ଅଭିଯୋଗ ମଧ୍ୟ ହୋଇଥିଲା। ହେଲେ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ଯାତ୍ରା ଦେଖି ଯାଇଥିବା ସୁଯୋଗରେ ଯୁବତୀଙ୍କ ପରିବାରର ୪ ଜଣ ମନୋଜଙ୍କୁ ଲୁହା ରଡ୍‌ରେ ପିଟି ହତ୍ୟା କରିଛନ୍ତି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରୋଜ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଥାନାଧିକାରୀ ପାତ୍ର କୁହନ୍ତି, ମୃତ ଯୁବକଙ୍କ ବଡ଼ଭାଇଙ୍କ ଅଭିଯୋଗ ଅନୁଯାୟୀ ୪ଜଣଙ୍କ ନାମରେ ହତ୍ୟା ମାମଲା ରୁଜୁ ହୋଇଛି। ପାରିପାର୍ଶ୍ୱିକ ସ୍ଥିତି ଏବଂ ମୃତକଙ୍କ ପରିବାର ସଦସ୍ୟଙ୍କ ବୟାନ ଆଧାରରେ ତଦନ୍ତ କରାଯାଉଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri