ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ ହେଟା ବାଘର ମୃତ୍ୟୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ପୋଡାପାଲି ଛକ ନିକଟରେ ହେଟାବାଘର ମୃତଦେହ ପଡ଼ିଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ସୂଚନା ଦେଇଥିଲେ। ଖଡିଆଳ ବନ ବିଭାଗ ଏସିଏଫ୍‌ ମହମ୍ମଦ ସାଳିହା ଖାନଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଥିଲେ। ହେଟାବାଘର ମୃତଦେହ ଜବତ ପରେ ଖଡ଼ିଆଳ ପ୍ରାଣୀ ଚିକିତ୍ସାଳୟରେ ବ୍ୟବଚ୍ଛେଦ ପରେ ଖଡ଼ିଆଳ ସେଣ୍ଟ୍ରାଲ ନର୍ସରୀରେ ପୋତି ଦିଆଯାଇଥିବା ଏସିଏଫ୍‌ ଖାନ୍‌ ପ୍ରକାଶ କରିଛନ୍ତି। ଏଥିରେ ଫରେଷ୍ଟର ଧର୍ମେନ୍ଦ୍ର ନାୟକ, ସରୋଜ ମାଝି, ପ୍ରସନ୍ନ ହଂସ ଓ ନରେଶ ଦଣ୍ଡସେନା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।...

ରଥଯାତ୍ରା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା, ରାଜ୍ୟରେ ଗଡ଼ିବ ଏତିକି ଟ୍ରେନ୍‌

ପୁରୀ,୩ା୭: ପୁରୀ ରଥଯାତ୍ରା ପାଇଁ ରାଜ୍ୟରେ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌। ବିଶ୍ୱପ୍ରସିଦ୍ଧ ଏହି ରଥଯାତ୍ରା ପାଇଁ ୩୧୫ରୁ ଊର୍ଦ୍ଧ୍ୱ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ପୂର୍ବତଟ...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍‌ମା ପୋଲିସ ଦେଇଥିବା ସୂଚନା...

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ...

ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଲା ମୃତଦେହ

ଚିତ୍ରକୋଣ୍ଡା,୩ା୭(କ୍ଷୀରୋଦ ବେହେରା): ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଛି ମୃତଦେହ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟନେଲକ୍ୟାମ୍ପ...

ପାନୀୟଜଳ ସମସ୍ୟା ଦୂରହେବା ଆଶା ଉଜ୍ଜୀବିତ

କେସିଙ୍ଗା,୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ର ପରଲସିଙ୍ଗା ଗ୍ରାମ ପଞ୍ଚାୟତବାସୀ ପାନୀୟଜଳ ପାଇଁ ଘୋର ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାରମ୍ବାର ଆପତ୍ତି ଅଭିଯୋଗ ପରେ...

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ...

ପୁଣି ମାତିଲେ ଦନ୍ତା ହାତୀ: ଘର ଭାଙ୍ଗିବା ସହ ବ୍ୟାପକ ଫସଲ କଲେ ନଷ୍ଟ, ଲୋକେ ଆତଙ୍କିତ

ବାଲିଗୁଡା,୩।୭(ସଞ୍ଜୟ କୁମାର ପାଣିଗ୍ରାହୀ):ଦୀର୍ଘ ଦିନ ଧରି ହାତୀପଲ ଘୁମୁସର ଉଦୟଗିରି ବନାଞ୍ଚଳର କଳିଙ୍ଗା ସେକ୍ସସନରେ ଉପଦ୍ରବ କରିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ୨୫ ଟିକିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri