ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୧ା୧୧(ଅନୁରାଧା ମହାରଣା): ସମଗ୍ର ଓଡ଼ିଶା ଏବଂ ଭାରତରେ ନେଚେରୋପାଥି ଚିକିସତ୍ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନ୍ତର୍ଜାତୀୟ ନେଚେରୋପାଥି ସଙ୍ଗଠନ ତଥା ୱାଲଡେନ ଉଡ୍‌ସ ଫାଉଣ୍ଡେଶନ ପକ୍ଷରୁ ହେଲ୍‌ଥଭିଲେର ଚେୟାରମ୍ୟାନ ଡ. ସତ୍ୟବ୍ରତ ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ (ଜୀବନବ୍ୟାପୀ କୃତିିତ୍ୱ ସମ୍ମାନ)ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବରେ ନବରତ୍ନ ପି.ଏସ.ୟୁ.ର ପ୍ରାକ୍ତନ ଚେୟାରମ୍ୟାନ ତଥା ଭୁବନେଶର ସ୍ମାର୍ଟସିଟି ପ୍ରକଳ୍ପର ନିର୍ଦ୍ଦେଶକ ଶରତ କୁମାର ଆଚାର୍ଯ୍ୟ, ଏମ୍ସର ପୂର୍ବତନ ତଥା ବର୍ତ୍ତମାନର ସୋଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଡ. ମୀନକେତନଙ୍କୁ ଉକ୍ତ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଶେଷକରି ପ୍ରାକୃତିକ ଚିକିତ୍ସା ପଦ୍ଧତି ଦ୍ୱାରା ସାମଗ୍ରିକ ସୁସ୍ଥତାକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ନେଚେରୋପାଥି ଚିକିତ୍ସାର ଆବଶ୍ୟକତା ରହିଛି। ଏପରିକି ସମଗ୍ର ପୂର୍ବାଞ୍ଚଳ ଜୋନର ପ୍ରସିଦ୍ଧ ନେଚେରୋପାଥି କେନ୍ଦ୍ର ହେଲ୍‌ଥଭିଲେର ପ୍ରତିଷ୍ଠାତା ଡ. ସତ୍ୟବ୍ରତ ମୀନକେତନ ଦୀର୍ଘ ବର୍ଷଧରି ନିରବଚ୍ଛିନ୍ନ ସାଧନା କରିଆସୁଛନ୍ତି। ଏ ସମ୍ପର୍କରେ ଡ. ସତ୍ୟବ୍ରତ ମୀନକେତନ କହିଥିଲେ, ପ୍ରାକୃତିକ ଚିକିତ୍ସାର ଅତି ସହଜ, ସରଳ ପ୍ରତିକ୍ରିୟା ବିହୀନ, ନିରାମୟ ପଦ୍ଧତି ସ୍ବାସ୍ଥ୍ୟ କ୍ଷେତ୍ରରେ ଜନହିତୈଷୀ ବିପ୍ଳବ ଆଣିପାରିବ। ସେହିଭଳି ହେଲଥଭିଲେର ମୁଖ୍ୟ ଚିକିତ୍ସକ ଡ. ମିଲିନ୍ଦ ପରାସର ପ୍ରାକୃତିକ ଚିକିତ୍ସା ପ୍ରଣାଳୀ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri