ନବୀନ ଜିନ୍ଦଲଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ

ନୂଆଦିଲ୍ଲୀ,୩୦।୩: ଦେଶର ପ୍ରମୁଖ ଘରୋଇ ଶିଳତପ ପ୍ରତିଷ୍ଠାନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଚେୟାରମ୍ୟାନ ନବୀନ ଜିନ୍ଦଲଙ୍କୁ ନିକଟରେ ‘ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ’ ସମ୍ମାନ ସମ୍ମାନିତ କରାଯାଇଛି। ବିଶେଷ କରି ଶିଳ୍ପ, ରାଜନୀତି ଏବଂ ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ନବୀନ ଜିନ୍ଦଲଙ୍କୁ ଟେକ୍ସାସ ୟୁନିଭରସିଟି (ଡଲାସ) ପକ୍ଷରୁ ଆଜୀବନ ଆଚିଭମେଣ୍ଟ ଆୱାର୍ଡ ଦିଆଯାଇଛି। ଏପରିକି ୨୦୨୩ ମାର୍ଚ୍ଚ ୨୫ରେ ବିଶ୍ୱବିଦ୍ୟାଳୟ ଦ୍ବାରା ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ନବୀନ ଜିନ୍ଦଲଙ୍କୁ ଉପରୋକ୍ତ ସମ୍ମାନ ପ୍ରଦାନ କରାଯାଇଥିଲା। ସେହିଭଳି ଉକ୍ତ ବିଶ୍ୱବିଦ୍ୟାଳୟ ୧୯୯୨ବ୍ୟାଚର ପୁରାତନ ଛାତ୍ର ନବୀନ ଜିନ୍ଦଲ ୨ୟ ବ୍ୟକ୍ତି ଭାବେ ସମ୍ମାନଜନକ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ ହାସଲ କରିଛନ୍ତି। ଏହା ପୂର୍ବରୁ ନୋବେଲ ବିଜେତା ଅଜିଜ ସୈଂକର ଉକ୍ତ ସମ୍ମାନଜନକ ପୁରସ୍କାର ପାଇଥିଲେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଟେକ୍ସାସ ୟୁନିଭରସିଟି (ଡଲାସ) ର ଛାତ୍ର ଭାବେ ନବୀନ ଜିନ୍ଦଲ ଷ୍ଟୁଡେଣ୍ଟ ଗଭର୍ଣ୍ଣମେଣ୍ଟର ଉଭୟ ଉପାଧ୍ୟକ୍ଷ ଏବଂ ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ଏବଂ ଷ୍ଟୁଡେଣ୍ଟ ଲିଡର ଅଫ୍‌ ଦି ଇୟର ପୁରସ୍କାର ମଧ୍ୟ ପାଇଥିଲେ। ଏପରିକି ୨୦୧୦ରେ ସେ ବିଶ୍ୱବିଦ୍ୟାଳୟର ବିଶିଷ୍ଟ ଆଲୁମିନି ପୁରସ୍କାର ସହ ସମ୍ମାନିତ ମଧ୍ୟ ହୋଇଥିଲେ। ଟେକ୍ସାସ ୟୁନିଭରସିଟି (ଡଲାସ)ର ସ୍କୁଲ୍‌ ଅଫ୍‌ ମ୍ୟାନେଜମେଣ୍ଟକୁ ୨୦୧୧ରେ ନବୀନ ଜିନ୍ଦଲ ସ୍କୁଲ୍‌ ଅଫ୍‌ ମ୍ୟାନେଜମେଣ୍ଟ ଭାବେ ପୁନଃ ନାମକରଣ କରି ନିଜର ଅତିବିଶିଷ୍ଟ ପୁରାତନ ଛାତ୍ରଙ୍କୁ ସମ୍ମାନିତ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri