ସକ୍ରିୟ ହେଲା ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୯।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହୋଇ ପଶ୍ଚିମବଙ୍ଗ ଏବଂ ବାଙ୍ଗଲାଦେଶ ଉପରେ ସକ୍ରିୟ ରହିଛି । ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ପାଣିବାଗ ବିଭାଗ ଗୁରୁବାର ସତର୍କ ସୂଚନା ଜାରି କରିଛି।

ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶାର କିଛି ଜିଲାରେ ହାଲକାରୁ ମଧ୍ୟମଧରଣର  ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବିଶେଷକରି ଉତ୍ତର ଓଡ଼ିଶାର ବାଲେଶ୍ବର ଓ ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ବୌଦ୍ଧ, ଢେଙ୍କାନାଳ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ ବିଭାଗ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଜୁଲାଇ ୩୦ ବେଳକୁ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ବଲାଙ୍ଗୀର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ଦୃଷ୍ଟିରୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Share