ଲଘୁଚାପ ପ୍ରଭାବ: ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୨(ବ୍ୟୁରୋ): ଲଘୁଚାପ ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡା ପୁରୀ, ଜଗତ୍‌ସିଂହପୁର , କେନ୍ଦ୍ରାପଡ଼ା ଝାରସୁଗୁଡ଼ା ସମ୍ବଲପୁର କୋରାପୁଟ ଓ ବରଗଡ଼ ଆଦି ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା କରାଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ୬ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Share