ଲଘୁଚାପ ପ୍ରଭାବ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ବୁଧବାର ଓ ଗୁରୁବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ହେବ। ତେବେ ଗୁରୁବାର ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହାସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ଅତିବେଶିରେ ପବନର ବେଗ ୫୫ କିମି ଛୁଇଁବା ନେଇ ସୂଚନା ମିଳିଛି। ଏ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Share