୨୯ରେ ଲଘୁଚାପ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ଦାନ ବାନ୍ଧୁଛି। ଆସନ୍ତା ୨୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ତେବେ ଲଘୁଚାପ ପ୍ରଭାବରେ ଉପକୂଳ ଓଡିଶାରେ ଆକାଶ ମେଘଚ୍ଛନ୍ନ ରହିବା ସହ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ରାଜ୍ୟରେ ଶୀତ ଏକ ପ୍ରକାର ଗାଏବ ହୋଇଯାଇଛି। ସର୍ବନିମ୍ନ ତାପମାତ୍ରା ୧୫ରୁ ୨୫ ଡିଗ୍ରୀ ମଧ୍ୟରେ ରହୁଛି। ଆସନ୍ତା ଡିସେମ୍ବର ପହିଲା ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଅନୁମାନ କରାଯାଇଛି।

Share