୪ ଲଘୁଚାପ ପରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୯ା୭(ଅନିଲ ଦାସ): ଚାଷୀମାନେ ତଳି ପକାଇ ବର୍ଷାକୁ ଚାହିଁ ରହିଛନ୍ତି। ରାଜ୍ୟର ଅଧିକାଂଶ ଜିଲାରେ ରୁଆ, ବେଉଷଣ ପାଇଁ ଆବଶ୍ୟକ ଅନୁଯାୟୀ ବର୍ଷା ନାହିଁ। ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନାବାନ୍ଧୁଛି, ହେଲେ ଓଡ଼ିଶାରେ ବର୍ଷା ଦେଉନାହିଁ। ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଗତ ଜୁନ୍‌ ମାସରେ ଗୋଟିଏ ଲଘୁଚାପ ହୋଇଥବା ବେଳେ ଜୁଲାଇ ମାସରେ ଏଯାଏ ୩ଟି ଲଘୁଚାପ ହୋଇଛି। ଏହା ସତ୍ତ୍ୱେ ରାଜ୍ୟରେ ଆଶାନୁରୂପ ବର୍ଷା ହେଉନାହିଁ। ରାଜ୍ୟରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଥିବାରୁ ଚାଷୀଙ୍କ ଚିନ୍ତା ବଢ଼ିଗଲାଣି। ଜୁନ୍‌ ୧ରୁ ଜୁଲାଇ ୨୮ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୫୧୫.୬ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୪୫୨.୮ ମିଲିମିଟର। ୧୨ ଜିଲାରେ ପରିସ୍ଥିତି ସଙ୍ଗିନ ରହିଛି।
ପାଣିପାଗ ବିଭାଗ ସୂଚନା ମୁତାବକ, କଳାହାଣ୍ଡିରେ ସ୍ବାଭାବିକଠାରୁ ୩୩% କମ୍‌ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ୩୬, କେନ୍ଦ୍ରାପଡ଼ା ୩୫, ମାଲକାନଗିରି ୩୧, ବାଲେଶ୍ୱର ୨୬, କଟକ ୨୭, ଗଞ୍ଜାମ ୨୪, ଜଗତ୍‌ସିଂହପୁର ୨୪, ଯାଜପୁର ୨୯, ରାୟଗଡା ୨୪, ପୁରୀ ଓ କଟକରେ ୨୭ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି।
ତେବେ ଆସନ୍ତା ୩୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ସୋନପୁର, ଗଞ୍ଜାମ, ଗଜପତି ଆଦି ଜିଲାରେ ୩୦ ଓ ୩୧ ଦୁଇ ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା ନେଇ ପାଣିପାଗ ବିଜ୍ଞାନୀ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପରିବାରର ବିବାଦ ନେଇ ମେଡିକାଲରେ ୩ ଦିନ ପଡ଼ିରହିଲା ମୃତଦେହ

ଧରାକୋଟ,୧୬ା୧୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଗାଙ୍ଗପୁରର ଥାନା ଅନ୍ତର୍ଗତ ପଣିବନ୍ଧ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ କାରଣ ଅସ୍ପଷ୍ଟ ରହିଛି।...

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି।...

ଅନାସ୍ଥା ଭୋଟ୍‌ରେ ପଦ ହରାଇଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା, ମନ୍ତ୍ରୀ କହିଲେ…

ଢେଙ୍କାନାଳ,୧୬ା୧୧(ରତନ ନାୟାର): ଅନାସ୍ଥାରେ ହାରିଗଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଫଳରେ ସଦରରେ ଭୁଶୁଡ଼ି ପଡ଼ିଛି ବିଜେଡି ଗଡ଼। ଶନିବାର ଅନାସ୍ଥା ଭୋଟିଂ...

ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା

ଭୁବନଶ୍ୱର,୧୬ା୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ...

ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି…

ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ...

କେଏଲ୍‌ ରାହୁଲଙ୍କ ଉପରେ ଟଙ୍କା ବର୍ଷା: ନିଲାମ୍‌ ପୂର୍ବରୁ ଅଶ୍ୱିନ୍‌ କଲେ ବଡ଼ ଖୁଲାସା

ନୂଆଦିଳ୍ଲୀ,୧୬।୧୧: କେଏଲ୍‌ ରାହୁଲଙ୍କ ଆଇପିଏଲ ୨୦୨୫ ମେଗା ନିଲାମ ପୂର୍ବରୁ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏକ ମକ୍‌ ନିଲାମ...

୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖମନ୍ତ୍ରୀ

ଭୁବନେଶ୍ୱର,୧୬।୧୧: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏ...

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri