ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ: ୧୫ ଦିନ ତଳେ କରିଥିଲେ ବିବାହ

ଆରଡି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ ଶ୍ୟାମସୁନ୍ଦରପୁର ଗ୍ରାମରେ ଶୁକ୍ରବାର ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେନ୍ଦ୍ର ମଲିକ(୨୮)।

ମିଳିଥିବା ସୂଚନା ମୁତାବକ, ରାଜେନ୍ଦ୍ର ବିଲରେ କାମ କରୁଥିଲେ। ସେତିକିବେଳେ ଘଡ଼ଘଡି ସହ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ଫଳରେ ରାଜେନ୍ଦ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ପରିବାର ଲୋକେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ସୂଚନାଯୋଗ୍ୟ, ରାଜେନ୍ଦ୍ର ୧୫ ଦିନ ତଳେ ବିବାହ କରିଥିଲେ। ତାଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ଏଥିସହ ପରିବାରଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି।

Share