ଲିଙ୍ଗରାଜ ସେବାୟତ କରୋନା ପଜିଟିଭ

ଭୁବନେଶ୍ୱର, ୨୨।୩(ବ୍ୟୁରୋ): ପୁଣି ଥରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ କରୋନା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାରି ଭିତରେ ଲିଙ୍ଗରାଜ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେବାୟତଙ୍କ ସହ ତାଙ୍କ ପରିବାରର ଅନ୍ୟ ୩ ଜଣ ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ସଂକ୍ରମିତଙ୍କୁ ସଙ୍ଗରୋଧରେ ରଖାଯିବା ସହ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଏହା ଜଣାପଡ଼ିବା ପରେ ନିକଟରେ ଲିଙ୍ଗରାଜ ଯାଇଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ଛାନିଆ ପଶିଯାଇଛି।

Share