ଦଳୀୟ ପ୍ୟାଡ୍‌ରେ ପ୍ରାର୍ଥୀ ତାଲିକା

ଜଗତ୍‌ସିଂହପୁର ଅଫିସ, ୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ମେମ୍ବର ପଦବୀ ପାଇଁ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ହୋଇପାରିବେ ନାହିଁ ବୋଲି ନିୟମ ରହିଛି। କିନ୍ତୁ ଜଗତ୍‌ସିଂହପୁର ଜିଲାରେ ଏଥିରେ ବ୍ୟତିକ୍ରମ ଘଟିଛି। ବିଜେଡି ଜିଲା ସଭାପତିଙ୍କ ନାମରେ ଥିବା ପ୍ୟାଡ୍‌ରେ ନାଉଗାଁ ବ୍ଲକର ୧୬ରୁ ୧୩ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପ୍ରାର୍ଥୀଙ୍କ ନାମ ରହିଛି। ଏହାର ଫଟୋ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଏଥିରେ ଦଳର ଜିଲା ସଭାପତି ତଥା ବିଧାୟକ ପ୍ରଶାନ୍ତ କୁମାର ମୁଦୁଲିଙ୍କ ଦସ୍ତଖତ ଓ ସିଲ୍‌ ରହିଛି। ଏଥିରେ ବିଜେଡିର କର୍ମୀ ସମ୍ମିଳନୀ, କର୍ମୀମାନଙ୍କ ମତାମତ ଓ ଜିତିବାର ଆଭିମୁଖ୍ୟକୁ ଭିତ୍ତିକରି ସରପଞ୍ଚ ଓ ସମିତି ସଭ୍ୟ ପ୍ରାର୍ଥୀ ଭାବେ ନିମ୍ନମତେ ସ୍ଥିର କରାଗଲା ବୋଲି ଉଲ୍ଲେଖ ରହିଛି। ଦଳର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରାର୍ଥୀଙ୍କୁ ଜିତାଇବାକୁ ଅନୁରୋଧ କରାଯାଇଛି। ତଳେ ଅଲଣା, ନୂଆଗାଁ, ଗଜରାଜପୁର, ରୋହିଆ, ବଛାଳୋ, ଜାମୁଗାଁ, ଘୋଡାଂଶ, ନାଉଗାଁ, ତିରୁଣା, ଡେରିକି, କୋରୁଅ, ଡାବର ଓ ଶିଖର ପଞ୍ଚାୟତର ବିଜେଡି ସରପଞ୍ଚ ଓ ସମିତି ସଭ୍ୟ ପ୍ରାର୍ଥୀଙ୍କ ନାମ ସ୍ପଷ୍ଟ ଭାବେ ଲେଖାଯାଇଛି। ଏହା ଏକ ନକଲି ପ୍ୟାଡ୍‌ ବୋଲି ଦଳର ଜିଲା ସଭାପତି ମୁଦୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା...

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri