ତାଲିକାରେ ନାମ ଥାଇ ବି ମିଳୁନି ଆବାସ ଗୃହ

ଖଣ୍ଡପଡ଼ା,୧୩ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଳକ ଅଧୀନ ୨୨ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ବ୍ଳକ ପ୍ରଶାସନ ନିକଟରେ ପ୍ରତ୍ୟେହ ଅଭିଯୋଗପତ୍ର ପହଞ୍ଚତ୍ବାରେ ଲାଗିଛି ା ବ୍ଳକ ପ୍ରଶାସନ ଅଭିଯୋଗଗୁଡିକ ପ୍ରତି ଦୃଷ୍ଟି ନ ଦେଇ ନୀରବଦ୍ରଷ୍ଟା ସାଜି ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବିଭିନ୍ନ ଅଞ୍ଚଳରେ ଏହାକୁ ନେଇ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟରେ ଧାରଣା, ଆନ୍ଦୋଳନ ଚାଲୁଥିବା ବେଳେ ଖଣ୍ଡପଡ଼ା ବ୍ଳକର ଆଦିବାସୀ ଅଧ୍ୟୂଷିତ କିଆଝର ପଞ୍ଚାୟତ ଅଧୀନ ପଣସପଦର ଗ୍ରାମର ବିପ୍ର ନାଏକଙ୍କୁ ଯୋଗ୍ୟ ହିତାଧିକାରୀ ଭାବେ ତାଙ୍କ ନାମ ହିତାଧିକାରୀ ତାଲିକାର କ୍ରମିକ ସଂଖ୍ୟା-୮୧ରେ ଥିଲେ ମଧ୍ୟ ବ୍ଳକ ପ୍ରଶାସନ ସଂପୃକ୍ତ ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶପତ୍ର ବିଭିନ୍ନ ଆଳ ଦର୍ଶାଇ ପ୍ରଦାନ କରୁ ନ ଥିବା ସେ ଅଭିଯୋଗ କରିଛନ୍ତି ା ତାଙ୍କର ପରିବାରବର୍ଗ ଏକ ଝାଟିମାଟି ନୂଆଣିଆ ଚାଳ ଛପର ଘରେ ସପରିବାର ସହ ବର୍ଷ ବର୍ଷ ଧରି ରହୁଛନ୍ତି ା ଆବାସ ଯୋଜନାରେ ବାସଗୃହ ଖଣ୍ଡେ ପାଇବା ପାଇଁ ସେ ଦୀର୍ଘ ୧୦ ବର୍ଷ ଧରି ସଂଗ୍ରାମ ଜାରି ରଖିଛନ୍ତି। ବହୁବାର ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଳକ କାର୍ଯ୍ୟାଳୟକୁ ଦୌଡି ପ୍ରଶାସନିକ ଅଧିକାରୀମାନଙ୍କୁ ଭେଟି ଦୁଃଖ ଜଣାଇଛନ୍ତି ା ଆବାସ ଯୋଜନାରେ ଗୃହ ପାଇବାରୁ ବଞ୍ଚତ୍ତ ହିତାଧିକାରୀ ଜଣଙ୍କ ଏ ସମ୍ପର୍କରେ ନୟାଗଡ଼ ଜିଲାପାଳଙ୍କୁ ଜଣାଇଛନ୍ତି। ପ୍ରଶାନ ପକ୍ଷରୁ ନ୍ୟାୟ ନମିଳିଲେ ସେ ବାଧ୍ୟ ହୋଇ ଆଇନର ଆଶ୍ରୟ ନେବେ ବୋଲି ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri