ଭବାନୀପାଟଣା,୨୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ୨୬ନମ୍ବର ଜାତୀୟ ରାଜପଥ ଚାରବାହାଲ ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ସୋମବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପାଟଣା ବ୍ଲକ ଟେମେରି ଗ୍ରାମର ଜଗମୋହନ ବିହାରୀ। ଜଗମୋହନ ବ୍ୟାଙ୍କ କାମ ସାରି ରାସ୍ତାକୁ ଆସୁଥିବା ବେଳେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଗମୋହନଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥତି ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ଲୋକେ ରାଜପଥରେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଜୟପୁର-ମୁଖୀଗୁଡା ରାସ୍ତାରେ ଗାଡି ଚଳାଚଳ ବନ୍ଦ ରହିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।