ମେ’ ୨୪ ପର୍ଯ୍ୟନ୍ତ ଲକ୍‌ଡାଉନ୍‌…

ଚେନ୍ନାଇ,୮।୫: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁରେ ୨ ସପ୍ତାହ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ମେ’୧୦ରୁ ୨୪ ପର୍ଯ୍ୟନ୍ତ ରାଜ୍ୟରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଜାରି ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତେଜରାତି ଦୋକାନ ସମେତ ଅନ୍ୟ ଖାଦ୍ୟ ସାମଗ୍ରୀ ଦୋକାନ ସକାଳ ୬ଟା ଠାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଅନ୍ୟ ରାଜ୍ୟରୁ ଆସୁଥିବା ପରିବହନ ଟ୍ରକ୍‌ ଗୁଡ଼ିକୁ ପୂର୍ବରୁ ଇ-ରେଜିଷ୍ଟ୍ରେଶନ କରାଇବା ପଡ଼ିବ ବୋଲି ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ରାଜ୍ୟରେ ଶୁକ୍ରବାର ୨୬ ହଜାର ୪୬୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟରେ ୧୯୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share