୧୫୦ ଜିଲାରେ ଜାରି ହେବ ଲକ୍‌ଡାଉନ୍‌: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦେଲା ପ୍ରସ୍ତାବ…

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶର ୧୫୦ଟି ଜିଲାରେ ଲକ୍‌ଡାଉନ୍‌ ଜାରି କରିବା ଲାଗି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ୧୫ ପ୍ରତିଶତ କରୋନା ଆକ୍ରାନ୍ତ ଥିବା ଜିଲା ତଥା ବିଭିନ୍ନ ସହରରେ ଲକ୍‌ଡାଉନ୍‌ ଲଗାଯିବା ଜରୁରୀ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ ସମୟରେ କେବଳ ଅତ୍ୟାବଶ୍ୟକ ସେବାଗୁଡ଼ିକ ଜାରି ରହିବ। ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ଗ୍ରହଣ ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ପ୍ରସ୍ତାବ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ସମ୍ପୃକ୍ତ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ହେବା ପରେ ଗ୍ରହଣ କରାଯିବ।

Share