ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ ଲେଖିକା କଳ୍ପନା ପ୍ରଧାନଙ୍କ ଦ୍ୱାରା ଲିଖିତ ମଙ୍ଗଳା ଭଜନ ୟୁଟ୍ୟୁବରେ ଉନ୍ମୋଚିତ ହୋଇଥିଲା। ତାଙ୍କ ଦ୍ୱାରା ଲିଖିତ ପୁସ୍ତକ କାହାଣୀ କଥା କୁହେର ସମୀକ୍ଷା ମଧ୍ୟ ହୋଇଥିଲା। ତାହାକୁ ନେତାଜୀ ବିଷୋୟୀ ସମୀକ୍ଷା କରିଥିଲେ। ଅତିଥି, ଉପସ୍ଥିତ ଲେଖକ ଏବଂ ଶ୍ରୋତା ମାନେ କଳ୍ପନାଙ୍କ ଲେଖାକୁ ଉଚ୍ଚ ପ୍ରଶଂସା କରିଥିଲେ।

ଏଥିସହ ଲୋହରଖଣ୍ଡି ସାହିତ୍ୟ ସଂସଦର ତ୍ରୟମାସିକ ପତ୍ରିକା ଉନ୍ମୋଚିତ ହୋଇଥିଲା। ଶେଷରେ କବିତା ପାଠୋତ୍ସବ ମଧ୍ୟ ହୋଇଥିଲା। ଆୟୋଜିତ ଉତ୍ସବକୁ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ତଥା ନନ୍ଦିନୀ ଶତପଥୀ ସ୍ମୃତି ସଂସଦର ସଭାପତି କୃତିବାସ ବିଶ୍ବାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। କବି ସମ୍ରାଟ ସାହିତ୍ୟ ସଂସଦର ସଭାପତି ଡ. ସୁରେଶ ପଣ୍ଡା ମୁଖ୍ୟବକ୍ତା, ଲୋହରା ଖଣ୍ଡି ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି ପ୍ରଦୀପ ସ୍ଵାଇଁ, ନେତାଜୀ ବିଷୋୟୀ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ। ପରିଚାଳନା ସମ୍ପାଦିକା ପ୍ରଭାତୀ ମଞ୍ଜରୀ ବେହେରା ସଭାକୁ ସଂଯୋଜନା କରିଥିଲେ।

ଶିକ୍ଷୟତ୍ରୀ ବିଷ୍ଠୁପ୍ରିୟା ପତି, ସହ ସମ୍ପାଦକ ତ୍ରିନାଥ ବେହେରା କବିତା ପାଠୋତ୍ସବକୁ ସଂଯୋଜନା କରିଥିଲେ। ଶ୍ରିତିଶ୍ରୀ ନାଇକ ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ। ଡ. ଆଶୋକ ଷଡ଼ଙ୍ଗୀ ସଭାରେ ଅଧ୍ୟକ୍ଷତା କରି ସଂସଦର ଆଭିମୁଖ୍ୟ ଏବଂ ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ କହିଥିଲେ। ସମ୍ପାଦକ ଚିନ୍ମୟ କୁମାର ବେବର୍ତ୍ତା ଧନ୍ୟବାଦ୍ ପ୍ରଦାନ କରିଥିଲେ। ଏହି ଅବସରରେ କବୟିତ୍ରୀ ରିତା ରାଣୀ ମହାପାତ୍ର, ସନ୍ତୋଷ ଜେନା, ସୁରେଶ ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image