Advertisement

ଆଜି ୯୩ ଆସନରେ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୭ା୫:ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୯, ଛତିଶଗଡ଼ର ୭, ବିହାରର ୫, ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏ, ଗୋଆ ଏବଂ ଦାଦ୍ରା ନଗର ହାଭେଲି ଓ ଡାମନର ୨ଟି ଲେଖାଏ ଆସନରେ ଭୋଟ ହେବ। ୧୭ କୋଟିରୁ ଊର୍ଦ୍ଧ୍ୱ ମତଦାତା ୧ ଲକ୍ଷ ୮୫ ହଜାର ଭୋଟକେନ୍ଦ୍ରରେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ବରିଷ୍ଠ ଭାଜପା ନେତା ଅମିତ୍‌ ଶାହା, ମନସୁଖ ମାଣ୍ଡବ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ପ୍ରହଲ୍ଲାଦ ଜୋଷୀ, ଶିବରାଜ ସିଂ ଚୌହାନ, ବାସବରାଜ ବୋମାଇ, କଂଗ୍ରେସ ନେତା ଦିଗବିଜୟ ସିଂ, ସମାଜବାଦୀ ପାର୍ଟିର ଡିମ୍ପଲ ଯାଦବ ଏବଂ ଏନ୍‌ସିପି(ଏସ୍‌ପି) ନେତ୍ରୀ ସୁପ୍ରିୟା ସୁଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share