Posted inଜାତୀୟ

ଭୋଟ୍‌ ପୂର୍ବରୁ ପଲଟିଲା ବାଜି, ପ୍ରଥମ ପର୍ଯ୍ୟାୟରେ ଏତିକି ଆସନରେ ଜିତିବ ଇଣ୍ଡିଆ ମେଣ୍ଟ, ସର୍ଭେ ରିପୋର୍ଟରେ ଖୁଲାସା

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା ହେବା ପରେ ସମସ୍ତ ରାଜନୈତିକ ଦଳ ନିର୍ବାଚନ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଏଥର ବିଜୟର ହ୍ୟାଟ୍ରିକ ସ୍କୋର କରିବାକୁ ଚାହୁଁଛି। ଏଥି ସହିତ ବିରୋଧୀ ଦଳ ଯେକୌଣସି ମୂଲ୍ୟରେ ଭାଜପାର ବିଜୟରଥକୁ ଅଟକାଇବାକୁ ଚେଷ୍ଟା କରୁଛନ୍ତି।

ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ଲୋକ ସଭା ନିର୍ବାଚନ ୨୦୨୪ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଜୁନ ୪ ରେ ନିର୍ବାଚନ ଫଳାଫଳ ଆସିବ । ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୧୯ରେ ୮ଟି ଆସନରେ ଭୋଟ୍‌ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ୟୁପିରେ ଆଠଟି ଆସନ ସହିତ ତାମିଲନାଡୁରେ ୩୯ଟି, ବିହାରରେ ୪ଟି, ମଧ୍ୟପ୍ରଦେଶରେ ୬ଟି, ରାଜସ୍ଥାନରେ ୧୨ଟି, ଉତ୍ତରାଖଣ୍ଡ ଏବଂ ଆସାମରେ ୫-୫ ଆସନରେ ଭୋଟ୍‌ ଗ୍ରହଣ ହେବ।

ଏହା ବ୍ୟତୀତ ପଶ୍ଚିମବଙ୍ଗର ୩, ଅରୁଣାଚଳ ପ୍ରଦେଶର ୨ ଏବଂ ଛତିଶଗଡ, ତ୍ରିପୁରା, ସିକ୍କିମ, ଜମ୍ମୁ-କଶ୍ମୀର, ଆଣ୍ଡାମାନ ଏବଂ ନିକୋବର, ଲକ୍ଷାଦ୍ୱୀପ ଏବଂ ପୁଡୁଚେରୀରେ ୧-୧ ଆସନରେ ପ୍ରଥମ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଏହି ସମୟରେ, TV9 ଭାରତବର୍ଷ ସେହି ଆସନଗୁଡିକ ଉପରେ ଓପିନିୟନ ପୋଲ କରିଛି। ଯେଉଁଠାରେ ପ୍ରଥମ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ସର୍ଭେରେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି।

ପ୍ରଥମ ପର୍ଯ୍ୟାୟରେ ମୋଟ ୧୦୧ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଓପିନିୟନ ପୋଲ , ଏନଡିଏ ପ୍ରଥମ ପର୍ଯ୍ୟାୟରେ ୫୫ଟି ଆସନ ମିଳିପାରେ। ସେହିପରି ଇଣ୍ଡିଆ ଆଲାଏନ୍ସ ୪୨ଟି ଆସନ ଜିତିବାର ସମ୍ଭାବନା ରହିଛି। ଏଥି ସହିତ ୪ଟି ସିଟ ଅନ୍ୟମାନଙ୍କ ଆକାଉଣ୍ଟକୁ ଯାଇପାରେ । ୨୦୧୯ରେ ଏନଡିଏ ୪୭ଟି ସିଟ, ୟୁପିଏ ୪୩ଏବଂ ଅନ୍ୟମାନେ ୧୧ ଟି ସିଟ ଜିତିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri