ମାରଣାସ୍ତ୍ର ଦେଖାଇ ନେଇଗଲେ ଟଙ୍କା, ସୁନା ଅଳଙ୍କାର

ପୁରୀ,୨୭।୧: ପୁରୀ ଜିଲା ଅସ୍ତରଙ୍ଗ ଆଳସାହିରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ବିଷ୍ଣୁ ଚରଣ ମଲ୍ଲିକଙ୍କ ଘରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଘର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଜୀବନରେ ମାରିଦେବାକୁ ଧମକ ଦେଇ ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ବିଷ୍ଣୁ ଚରଣଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଗ୍ରୀଲ ତାଡି ଘରେ ପଶିଥିଲେ। ପରେ ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିଥିଲେ। ଏପରିକି ଆଲମିରାରୁ ନଗଦ ୧ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର ଧରି ଫେରାର ହୋଇଯାଇଥିଲେ। ଏନେଇ ବିଷ୍ଣୁ ଚରଣ ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Share