Advertisement

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ

ପୁରୀ,୨୫ା୩: ଶ୍ରୀମନ୍ଦିରରେ ମଙ୍ଗଳବାର ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଳିଆ ସେବକଙ୍କୁ ସେବାୟତ ଛୁଇଁ ଦେବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ମଇଲମ ଚାଲିଥିବା ବେଳେ ସେବାୟତ ଛୁଇଁ ଦେଇଥିଲେ। ମହାସ୍ନାନ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି।

ସୂଚନା ଯୋଗ୍ୟ, ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଥିଲା। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଥିଲା। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share