ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୦ ଯାଏ ବର୍ଷିବ

ଭୁବନେଶ୍ୱର, ୧୭ା୮ (ଅସମାପିକା ସାହୁ): ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶୁକ୍ରବାର ପାରଳାଖେମୁଣ୍ଡିରେ ସର୍ବାଧିକ ୧୬.୨ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୧୪, ବାଲେଶ୍ୱରରେ ୧୦.୬, ନବରଙ୍ଗପୁରରେ ୬.୨, କେନ୍ଦୁଝରରେ ୫.୬, କେନ୍ଦ୍ରାପଡ଼ାରେ ୫.୩ ଓ ବଲାଙ୍ଗୀରରେ ୫ମିମି ବର୍ଷା ହୋଇଛି। ତେବେ ଏପରିସ୍ଥିତିରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତ୍‌ସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଶୁକ୍ରବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା(୭୦ରୁ ୨୦୦ମିମି) ଓ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବା ୨୦୦ମିମିରୁ ଅଧିକ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାକରେ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଓ ସୋନପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri