ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର: ଏସବୁ ଜିଲାରେ ବର୍ଷା 

ଭୁବନେଶ୍ୱର,୮।୪: ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର । ଏହା  ଲଘୁଚାପ  କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣପଶ୍ଚିମ ପାଶର୍‌ବବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା  ସ୍ପଷ୍ଟଚିହ୍ନିତ ହୋଇଛି।  ଆଗାମୀ ୨୪ ଘଣ୍ଟା ଯାଏ ନିଜର ତୀବ୍ରତା ବଜାୟ ରଖିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପରବର୍ତ୍ତୀ ୨୪ ଘଣ୍ଟାରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ଯିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଏହା ପ୍ରଭାବରେ ମଙ୍ଗଳବାର ରାଜ୍ୟର  ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏଥିସହ ୩୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଅନ୍ୟସବୁ ଜିଲାରେ ପାଗ ପ୍ରାୟତଃ ଶୁଖିଲା ରହିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ଅନ୍ୟପଟେ ରାଜ୍ୟରେ ସୋମବାର ୭ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରହିଥିଲା। ଅନୁଗୋଳରେ ଦିନ ତାପମାତ୍ରା ସର୍ବାଧିକ ୪୨.୭ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବାବେଳେ ବୌଦ୍ଧରେ ୪୧.୮, ଝାରସୁଗୁଡ଼ାରେ ୪୧.୬, ସୋନପୁରରେ ୪୧.୪, ଭବାନୀପାଟଣାରେ ୪୦.୫, ହୀରାକୁଦରେ ୪୦.୩ ଓ ସମ୍ବଲପୁରରେ ୪୦ ଡିଗ୍ରୀ ସେଲସିୟସ ରହିଥିଲା। ତେବେ କାଳବୈଶାଖୀ ପ୍ରଭାବରେ ୨ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri