ଭୁବନେଶ୍ୱର,୯।୭(ବ୍ୟୁରୋ): ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଲଘୁଚାପ କ୍ଷେତ୍ରଟି ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି। ଏହା ସମୁଦ୍ର ଉପରେ ପ୍ରାୟ ଦେଢ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ରହିଛି।