ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୯(ଅନିଲ ଦାସ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟରେ ଏକାଧିକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Share